ଦୁଇ ଅଧିକାରୀଙ୍କୁ ବରଖାସ୍ତ କଲେ ଜେଲେନସ୍କି, ରୁଷିଆକୁ ସହଯୋଗ ଅଭିଯୋଗ…

କ୍ୱିଭ୍‌,୧୮।୭ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରୁଷିଆକୁ ସହଯୋଗ କରୁଥିବା ଅଭିଯୋଗ ଆଧାରରେ ଦେଶର ଏଜେନ୍ସିର ଦୁଇଜଣ ଅଧିକାରୀଙ୍କୁ ବରଖାସ୍ତ କରିଛନ୍ତି। ଜେଲେନସ୍କି ଦେଶର ଘରୋଇ ସୁରକ୍ଷା ଏଜେନ୍ସିର ମୁଖ୍ୟ ଇଭାନ ବକାନୋଭ ଏବଂ ଦେଶର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଇରିନା ଭେନେଡିକୋଭାଙ୍କୁ ବରଖାସ୍ତ କରିଛନ୍ତି। ନ୍ୟୁଜ ଏଜେନ୍ସି ରଏଟର୍ସ ଦ୍ୱାରା ଏହି ସୂଚନା ଦିଆଯାଇଛି। ଡୋନାବାସ ଅଞ୍ଚଳକୁ କବଜା କରିବାକୁ ଲକ୍ଷ୍ୟ ରଖି ରୁଷିଆ ଏକାସାଙ୍ଗରେ ଅନେକ ଫ୍ରଣ୍ଟ ଉପରେ ଆକ୍ରମଣ ଜାରି ରଖିଛି।

ୟୁକ୍ରେନ ସାମରିକ ମୁଖପାତ୍ର ଭ୍ୟାଡିୟମ ସ୍କବିଟସ୍କି କହିଛନ୍ତି ଯେ ଏହା ସ୍ପଷ୍ଟ ଯେ ରୁଷିଆ ବର୍ତ୍ତମାନ ନୂଆ ଅଞ୍ଚଳରେ ଫ୍ରଣ୍ଟ ଖୋଲିବାକୁ ପ୍ରସ୍ତୁତ ହେଉଛି। ସେ କହିଛନ୍ତି ଯେ ଶନିବାର ବିଳମ୍ବିତ ରାତିରୁ ରବିବାର ଅପରାହ୍ନ ପର୍ଯ୍ୟନ୍ତ ସମୁଦ୍ର ଓ ଆକାଶରୁ କ୍ଷେପଣାସ୍ତ୍ର ଆକ୍ରମଣ ସହିତ ସବୁ ଦିଗରୁ ପ୍ରବଳ ଗୁଳି ବିନିମୟ ହୋଇଥିଲା। ଏପରିକି ଯୁଦ୍ଧ ବିମାନ ଏବଂ ହେଲିକପ୍ଟର ବ୍ୟବହାର କରାଯାଇଥିଲା। ସେ କହିଛନ୍ତି ଯେ ସ୍ଲୋଭିଆନ୍ସକୁ ଦଖଲ କରିବା ପାଇଁ ରୁଷିଆ ଆକ୍ରମଣକୁ ଜୋରଦାର କରିଛି।

କ୍ରେମଲିନ ସୂତ୍ରରୁ ପ୍ରକାଶ ଯେ ସମସ୍ତ ଫ୍ରଣ୍ଟ ଉପରେ ପରବର୍ତ୍ତୀ ପର୍ଯ୍ୟାୟ ଆକ୍ରମଣ ପାଇଁ ରୁଷିଆ ପ୍ରସ୍ତୁତ ହେଉଛି। ଏପରି ସ୍ଥଳେ ୟୁକ୍ରେନ୍‌ର ବରଖାସ୍ତ ହୋଇଥିବା ଦୁଇ ଅଧିକାରୀ ରୁଷିଆକୁ ସହଯୋଗ କରୁଥିବାର ଅଭିଯୋଗ ମିଳିଥିଲା। ଦୁଇ ଅଧିକାରୀଙ୍କ ବିରୋଧରେ ୧୨ରୁ ଅଧିକ ମାମଲା ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri