ଜେଲେନସ୍କିଙ୍କୁ ଘାରିଛି ପୁଟିନଙ୍କ ଭଡାଟିଆ ଗୁଣ୍ଡା ୱାଗନର୍‌ ଗ୍ରୁପ ଚିନ୍ତା…

କିଭ୍‌,୧୧।୧ : ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଭଡାଟିଆ ଗୁଣ୍ଡାଙ୍କୁ ୟୁକ୍ରେନ୍‌ରେ ଆତଙ୍କ ସୃଷ୍ଟି କରିଛନ୍ତି। ଏମାନଙ୍କୁ ‘ୱାଗନର୍‌ ଗ୍ରୁପ’ କୁହାଯାଉଛି। ରୁଷିଆର ଏହି ଘରୋଥ ସେନା ପୁଣିଥରେ ୟୁକ୍ରେନ ବିରୁଦ୍ଧରେ ଆକ୍ରମଣାତ୍ମକ ହୋଇପଡିଛି। ୱାଗନର୍‌ ଗ୍ରୁପ୍ର ମୁଖ୍ୟ ୟେଭେଗେନି ପ୍ରିଗୋଜିନ ଦାବି କରିଛନ୍ତି ଯେ ତାଙ୍କ ସୈନ୍ୟମାନେ ୟୁକ୍ରେନର ସୋଲେଦାର ସହରକୁ ସମ୍ପୂର୍ଣ୍ଣ ଦଖଲ କରିଛନ୍ତି।

ଗତ ଗ୍ରୀଷ୍ମରୁ ଆରମ୍ଭ କରି ବର୍ତ୍ତମାନ ସୁଦ୍ଧା ଏହି ବିଜୟ ମସ୍କୋର ପ୍ରଥମ ପ୍ରମୁଖ ଯୁଦ୍ଧକ୍ଷେତ୍ରର ସଫଳତା ହେବ ବୋଲି ସେ କହିଛନ୍ତି। ପ୍ରିଗୋଜିନ ଦାବି କରିଛନ୍ତି ଯେ ଆମର ସୈନ୍ୟମାନେ ସହରର ମଧ୍ୟ ଭାଗରେ ୟୁକ୍ରେନ ସୈନିକଙ୍କୁ ଘେରି ରହିଥିଲେ ଏବଂ ରାସ୍ତା ମଝିରେ ମୁହାଁମୁହିଁ ଯୁଦ୍ଧ ହୋଇଥିଲା। ଗିରଫ ହୋଇଥିବା ୟୁକ୍ରେନ ଯୁଦ୍ଧବନ୍ଦୀଙ୍କ ସଂଖ୍ୟା ପରେ ଘୋଷଣା କରାଯିବ।
ତେବେ ଓ୍ବାଗନର ଗ୍ରୁପ୍‌ଙ୍କୁ ନେଇ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲଡିମିର ଜେଲେନସ୍କିଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ୱାଗନର୍‌ ଗ୍ରୁପ ଏକ ବ୍ୟବସାୟିକ ସେନା। ଏହାକୁ ଜେଲେନସ୍କି ଭଡାଟିଆ ଗୁଣ୍ଡା ବୋଲି କହୁଛନ୍ତି। ଏହି ଗ୍ରୁପ୍‌ ଟଙ୍କା ନେଇ ଯୁଦ୍ଧରେ ଭାଗ ନେଇଥାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ଜିଦିରୁ ବଢ଼ୁଛି ଉତ୍ତେଜନା

ଇରାନ୍‌ ସହ ଶାନ୍ତିଚୁକ୍ତି ବିଳମ୍ବ ହେବା ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇ ତେହରାନ ଉପରେ ପୁନଶ୍ଚ ଆକ୍ରମଣ କରିବେ ବୋଲି କିଛିଦିନ ହେବ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri