ଡୋନବାସ ଉପରେ ବଡ ଧରଣର ଆକ୍ରମଣ ଯୋଜନାରେ ଅଛି ରୁଷିଆ: ୟୁକ୍ରେନ୍ ରାଷ୍ଟ୍ରପତି

କ୍ୱିଭ୍‌,୩୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୩୬ ଦିନରେ ପହଞ୍ଚିଲାଣି । ହେଲେ ରୁଷିଆ ପକ୍ଷରୁ ୟୁକ୍ରେନ୍ ଉପରେ ଆକ୍ରମଣ ଲଗାତାର ଜାରି ରହିଛି । ୟୁକ୍ରେନର ବଡ ବଡ ସହର ଯେମିତିକି ରାଜଧାନୀ କ୍ୱିଭ୍‌, ଖାର୍କିବ, ଲବିବ, ମୋରିଉପୋଲ, ଓଡେସେ ସମେତ ଆହୁରି କିଛି ସହରକୁ ସମ୍ପୂର୍ଣ୍ଣ ଧ୍ୱଂସ କରିବା ଲକ୍ଷ୍ୟରେ ରହିଛି ରୁଷିଆ । ଏହାକୁ ନେଇ ପ୍ରାୟତଃ ସାରା ବିଶ୍ୱ ରୁଷିଆର ନିନ୍ଦା କରୁଛନ୍ତି । ଏବେ ଏହି ଯୁଦ୍ଧକୁ ନେଇ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି ଦାବି କରିଛନ୍ତି କି ଏବେ ରୁଷିଆ ଡୋନବାସ ଉପରେ ବଡ ଧରଣର ଆକ୍ରମଣ ଯୋଜନାରେ ରହିଛି ।
ଜେଲେନସ୍କି କହିଛନ୍ତି ରୁଷିଆ ଏବେ ତା’ର ନଜର ୟୁକ୍ରେନ୍ ରାଜଧାନୀ କ୍ୱିଭ ଉପରୁ ହଟାଇ ୟୁକ୍ରେନର ପୂର୍ବରେ ଥିବା ଡୋନବାସ ଉପରେ କେନ୍ଦ୍ରିତ କରୁଛି । ରୁଷିଆ ଖୁବଶୀଘ୍ର ଡୋନବାସ ଉପରେ ବଡ ଧରଣର ଆକ୍ରମଣ କରିବା ଯୋଜନାରେ ରହିଛି ବୋଲି ଜେଲେନସ୍କି ଦାବି କରୁଛନ୍ତି । ଅନ୍ୟପଟେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ବୁଧବାର ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ କଥା ହୋଇ ସହଯୋଗର ହାତ ବଢାଇଛନ୍ତି । ବାଇଡେନ ୟୁକ୍ରେନକୁ ସାହାଯ୍ୟ କରିବାକୁ ୫୦୦ ମିଲିୟନ ଡଲାର ଅଧିକ ରାଶି ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri