ଘଟଣାର ସପ୍ତାହକ ପରେ କାର୍ଯ୍ୟାନୁଷ୍ଠାନ ଶୂନ: ନ୍ୟାୟ ଅପେକ୍ଷାରେ ପରିବାର ଲୋକେ

ଭଦ୍ରକ,୧୯ା୬(ସନାତନ ରାଉତ):  ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ବାଲିଗାଁଁ ସାହୁସାହି ୧୧ନମ୍ବର ଓ୍ବାର୍ଡରେ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଦୀର୍ଘଦିନ ଧରି ଏହି ଗ୍ରାମର ରମାକାନ୍ତ ସାହୁ ଓ ନାରାୟଣ ସାହୁଙ୍କ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା। ଏଥିପାଇଁ ଏମାନେ ବହୁବାର ଥାନାରେ ଦ୍ୱାରସ୍ଥ ମଧ୍ୟ ହୋଇଛନ୍ତି। ହେଲେ ରଜପର୍ବରେ ରମାକାନ୍ତ ସାହୁଙ୍କ ପରିବାର ଲୋକେ ତାଙ୍କ ବନ୍ଧୁଙ୍କ ଘରକୁ ବୁଲିବା ପାଇଁ ଯାଇଥିଲେ। ରମାକାନ୍ତଙ୍କ ଘରେ ତାଙ୍କ ମା’ ବନଲତା ସାହୁ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ନାରାୟଣ ସାହୁ ଓ ତାଙ୍କ ପରିବାର ଲୋକେ ରମାକାନ୍ତଙ୍କ ଘରେ ପଶି ବନଲତାଙ୍କୁ କାଠଫାଳିଆରେ ଆକ୍ରମଣ କରିଥିଲେ ବୋଲି ଚାନ୍ଦବାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ତାଙ୍କ ପୁଅ ସଞ୍ଜୟ ସାହୁ। ବନଲତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ମେଡିକାଲକୁ ନିଆଯାଇଥିଲା। ହେଲେ ସେଠାରେ ସାମାନ୍ୟ ଚିକିତ୍ସା ହେବା ପରେ ଡାକ୍ତର କହିଥିଲେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ନେବା ପାଇଁ। ତାଙ୍କ ପାଖରେ ଟଙ୍କା ନ ଥିବାରୁ ସେ ନିଜ ଘର ବାଲିଗାଁରେ ପଡ଼ି ରହିଛନ୍ତି। ଚାନ୍ଦବାଲି ପୋଲିସ କେବଳ ଏକ ମାମଲା ରୁଜୁ କରି ଚୁପ୍‌ ବସିଯାଇଛି। ଏ ପର୍ଯ୍ୟନ୍ତ କୌଣସି ତଦନ୍ତ କରିନାହଁ କିମ୍ବା କାହାକୁ ଗିରଫ କରିନାହିଁ। ଏଠି ପ୍ରଶ୍ନ ଉଠୁଛି ଏହି ଗରିବ ପରିବାରଟି କିଭଳି ନ୍ୟାୟ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ କ୍ୟାପିଟାଲ ହସ୍ପିଟାଲର କାୟାକଳ୍ପ: ୪୦କୁ ବୃଦ୍ଧି ପାଇବ ଆଇସିୟୁ ଶଯ୍ୟା ସଂଖ୍ୟା

ଭୁବନେଶ୍ୱର,୨୭।୧: ରାଜଧାନୀବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲର ଭିତ୍ତିଭୂମି ଓ ସ୍ୱାସ୍ଥ୍ୟସେବାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ମଙ୍ଗଳବାର ଅନୁଷ୍ଠିତ ରୋଗୀ…

ପିକ୍‌ଅପ୍‌ ଧକ୍କାରେ ଚାଲି ଯାଇଥିଲା ଚାହା ଦୋକାନୀଙ୍କ ଜୀବନ, କୋର୍ଟ ଚାଲାଣ ହେଲେ…

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତା ର ଦେଓଖାଳି ଛକ ରେ ଗତ ବୁଧବାର ସକାଳ ପ୍ରାୟ ସାଢ଼େ ୬ ଟାରେ…

ମାର୍ଚ୍ଚ ୨ରୁ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା: ପ୍ରସ୍ତୁତି ସଭାରେ…       

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା ‘ ବାଙ୍କେଶ୍ୱରୀ ଙ୍କ ଦୋଳ ଯାତ୍ରା ନିମନ୍ତେ ମଙ୍ଗଳବାର ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଦାଦନ ଖଟିବାକୁ ଯାଇ ଯୁବକ ନିଖୋଜ: ଖୋଜି ଆଣିବା ପାଇଁ ସ୍ତ୍ରୀଙ୍କ ନିବେଦନ

ରାୟଗଡା,୨୭।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାରେ ଦିନକୁ ଦିନ ଦାଦନଙ୍କ ଦୁଃଖ ବଢ଼ୁଥିବା ଦେଖିବାକୁ ମିଳିଛି। ଗୋଟିଏ ପଟେ ଦାଦନ ଖଟିବାକୁ ଯାଇ କିଛି ମୃତ୍ୟୁବରଣ କରିଥିବା…

ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି…

ବାଇକ୍‌କୁ ଧକ୍କା ଦେଇ ଚାଲିଗଲା ଟ୍ରାକ୍ଟର; ଘଟଣାସ୍ଥଳରେ ଚାଲିଗଲା ବାଇକ୍‌ରେ…

ବଞ୍ଚୋ,୨୭।୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଙ୍ଖିଡ଼ି ନିକଟରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରାକ୍ଟର ଏକ…

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା…

ଗୋକୋଲମା: ଶେଷ ହେଲା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବଙ୍କ ମାଘ ଝାମୁ ଯାତ୍ରା…

ଥୁଆମୂଳ ରାମପୁର,୨୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଘ ଝାମୁ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri