ଘଟଣାର ସପ୍ତାହକ ପରେ କାର୍ଯ୍ୟାନୁଷ୍ଠାନ ଶୂନ: ନ୍ୟାୟ ଅପେକ୍ଷାରେ ପରିବାର ଲୋକେ

ଭଦ୍ରକ,୧୯ା୬(ସନାତନ ରାଉତ):  ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ବାଲିଗାଁଁ ସାହୁସାହି ୧୧ନମ୍ବର ଓ୍ବାର୍ଡରେ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଦୀର୍ଘଦିନ ଧରି ଏହି ଗ୍ରାମର ରମାକାନ୍ତ ସାହୁ ଓ ନାରାୟଣ ସାହୁଙ୍କ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା। ଏଥିପାଇଁ ଏମାନେ ବହୁବାର ଥାନାରେ ଦ୍ୱାରସ୍ଥ ମଧ୍ୟ ହୋଇଛନ୍ତି। ହେଲେ ରଜପର୍ବରେ ରମାକାନ୍ତ ସାହୁଙ୍କ ପରିବାର ଲୋକେ ତାଙ୍କ ବନ୍ଧୁଙ୍କ ଘରକୁ ବୁଲିବା ପାଇଁ ଯାଇଥିଲେ। ରମାକାନ୍ତଙ୍କ ଘରେ ତାଙ୍କ ମା’ ବନଲତା ସାହୁ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ନାରାୟଣ ସାହୁ ଓ ତାଙ୍କ ପରିବାର ଲୋକେ ରମାକାନ୍ତଙ୍କ ଘରେ ପଶି ବନଲତାଙ୍କୁ କାଠଫାଳିଆରେ ଆକ୍ରମଣ କରିଥିଲେ ବୋଲି ଚାନ୍ଦବାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ତାଙ୍କ ପୁଅ ସଞ୍ଜୟ ସାହୁ। ବନଲତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ମେଡିକାଲକୁ ନିଆଯାଇଥିଲା। ହେଲେ ସେଠାରେ ସାମାନ୍ୟ ଚିକିତ୍ସା ହେବା ପରେ ଡାକ୍ତର କହିଥିଲେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ନେବା ପାଇଁ। ତାଙ୍କ ପାଖରେ ଟଙ୍କା ନ ଥିବାରୁ ସେ ନିଜ ଘର ବାଲିଗାଁରେ ପଡ଼ି ରହିଛନ୍ତି। ଚାନ୍ଦବାଲି ପୋଲିସ କେବଳ ଏକ ମାମଲା ରୁଜୁ କରି ଚୁପ୍‌ ବସିଯାଇଛି। ଏ ପର୍ଯ୍ୟନ୍ତ କୌଣସି ତଦନ୍ତ କରିନାହଁ କିମ୍ବା କାହାକୁ ଗିରଫ କରିନାହିଁ। ଏଠି ପ୍ରଶ୍ନ ଉଠୁଛି ଏହି ଗରିବ ପରିବାରଟି କିଭଳି ନ୍ୟାୟ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri