ଆରଡିସିଙ୍କ ନିର୍ଦ୍ଦେଶ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

ବାରିପଦା ଅଫିସ,୬ା୬: ମୟୂରଭଞ୍ଜ ଜିଲା ବେତନଟୀ ତହସିଲରେ ସିଲିଂ ଉଦବୃତ୍ତ ଜମିର ବ୍ୟାପକ ଦୁର୍ନୀତି ଘଟଣାରେ ୮ ମାସ ହେଲା ତଦନ୍ତ ସରୁନାହିଁ। ଆରଡିସିଙ୍କ ତଦନ୍ତ ନିର୍ଦ୍ଦେଶ ପରେ ବି ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲାନାହିଁ। ଏ ନେଇ ନ୍ୟାୟ ଆଶାରେ ସୋମବାର ପ୍ରତାରିତ ଭୂମିହୀନ ପରିବାର ଜିଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳ, ଏସ୍‌ପିଙ୍କୁ ଭେଟି ଗୁହାରି କରିଛନ୍ତି।
ଅନୁଯାୟୀ, ବେତନଟୀ ତହସିଲ ତଥା ବୈଶିଙ୍ଗା ରାଜସ୍ବ ନିରୀକ୍ଷକ ଅଧୀନ ଦୁର୍ଗାପୁର ଗ୍ରାମର ହରିଜନ, ଆଦିବାସୀ ଓ ସାଧାରଣବର୍ଗର ଭୂମିହୀନ ହିତାଧିକାରୀ ଓଏଲଆର ସିଲିଂ ମକଦ୍ଦମା ୧୦/୧୯୭୪ମୂଳେ ସିଲିଂ ଉଦବୃତ୍ତ ଜମି ପାଇଥିଲେ। ଯାହାକି ସ୍ବତ୍ୱ ସ୍ବାର୍ଥ ଅଧିକାର ବଳରେ ମିଳିଥିବା ଜମି ଭୋଗଦଖଲ କରି ଆସୁଛନ୍ତି। ତେବେ ଉଚ୍ଚନ୍ୟାୟାଳୟର ଆଦେଶକୁ ଅବମାନନା କରି ତହସିଲଦାର ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ନମିତା ଧଳ ୧୯ଏକର ଜମିକୁ ବାଲେଶ୍ୱର ଜିଲା ଭୋଗରାଇ ପାଣିଷଣ୍ଢା ଗ୍ରାମର ଗୋଲାମ ଖାନ୍‌ଙ୍କ ପୁଅ ଜାଏଦ ଅଲ୍ଲୀଙ୍କ ନାମରେ ଏମସି (ନଂ. ୧୬୨୯/୨୦) ଆଧାରରେ ଖାତା (ନଂ. ୨୪୨/୧୬)କ୍ରମେ ରେକର୍ଡ କରିଦେଇଥିଲେ। ଯାହାକି ବିକ୍ରେତାଙ୍କ ସିଲିଂ ବହିର୍ଭୂତ ଜମିକୁ ସେମାନଙ୍କୁ ଦିଆଯାଇଛି। ଏନେଇ ୨୦୨୨ ସେପ୍ଟେମ୍ବର ୧୪ ରେ ମୟୂରଭଞ୍ଜ ଗସ୍ତରେ ଆସିଥିବା କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର (ଆରଡ଼ିସି)ଙ୍କ ନିକଟରେ ଭୂମିହୀନମାନେ ଅଭିଯୋଗ କରିଥିଲେ। ପରେ ଆରଡିସିଙ୍କ ନିର୍ଦ୍ଦେଶ କ୍ରମେ ଜିଲାପାଳ ବିନୀତ ଭରଦ୍ୱାଜ ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ତହସିଲଦାର ଦାୟିତ୍ୱରେ ଥିବା ବିବାଦୀୟ ଅତିରିକ୍ତ ତହସିଲଦାର ନମିତା ଧଳଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଥିଲେ । ଦାୟିତ୍ୱ ହୀନତା ପାଇଁ ତହସିଲଦାର ଦାୟିତ୍ୱ ଅପସାରଣ କରାଯାଇ ସ୍ଥାୟୀ ତହସିଲଦାର ନିଯୁକ୍ତି ପର୍ଯ୍ୟନ୍ତ ବାରିପଦା ତହସିଲଦାର ବିକ୍ରମ କିଶୋର ପରିଡ଼ାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଥିଲେ। ବେତନଟୀ ତହସିଲରେ ଦାୟିତ୍ୱ ଗ୍ରହଣ କରି ସେ ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ନୂତନ ତହସିଲଦାର ଭାବେ ଅନିତା ନାୟକ ୨୦୨୨ ଅକ୍ଟୋବର ୨୧ ରେ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଘଟଣାର ତଦନ୍ତ ଆଗକୁ ବଢୁନି। ଆଜିକୁ ୮ମାସରୁ ଅଧିକ ସମୟ ବିତିଥିଲେ ହେଁ ତଦନ୍ତ ସରୁନାହିଁ। ଫଳରେ ଭୂମିହୀନ ପରିବାର ନ୍ୟାୟ ପାଇବାରୁ ବଞ୍ଚତ୍ତ ରହିଛନ୍ତି। ବାରମ୍ବାର ପ୍ରତାରିତ ଭୂମିହୀନ ପରିବାର ତଦନ୍ତ ସମ୍ବନ୍ଧରେ ଜାଣିବା ପାଇଁ ତହସିଲ କାର୍ଯ୍ୟାଳୟକୁ ଗଲେ ଦୁର୍ବ୍ୟବହାର କରାଯାଉଥିବା ଜିଲାପାଳ ଓ ଏସ୍‌ପିଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?