ନିର୍ବାଚନ ବେଳେ ହାତୀ ଦେବୁ, ଘୋଡ଼ା ଦେବୁ, କିନ୍ତୁ କାମରେ ଜିରୋ, କାହିଁକି ଏମିତି କହିଲେ ନବୀନ

ଭୁବନେଶ୍ୱର,୪ା୯: ଶଙ୍ଖ ଭବନରେ ବିଜେଡି ଜିଲା କର୍ମକର୍ତ୍ତା ସମାବେଶରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପାକୁ କଡ଼ା ଟାଗେଟ୍‌ କରିଛନ୍ତି। ନବୀନ କହିଛନ୍ତି, ଭାଜପା ନିର୍ବାଚନ ସମୟରେ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଛି। ହାତୀ ଦେବୁ, ଘୋଡ଼ା ଦେବୁ କହି କାମରେ ଜିରୋ ବୋଲି ନବୀନ ସମାଲୋଚନା କରିଛନ୍ତି। ମା’ ମାନଙ୍କ ବିଶ୍ୱାସ ସହ ଭାଜପା ଖେଳୁଛି, ମା’ ମାନେ ଉଚିତ ଜବାବ ଦେବେ।

ନବୀନ କହିଛନ୍ତି, ବିଜୁ ଜନତା ଦଳ ସବୁବେଳେ ମା’ମାନଙ୍କ ସହ ରହିଛି ଏବଂ ରହିବ। ବିଜୁ ମହିଳା ଜନତା ଦଳ ସାଙ୍ଗଠନିକ ବୈଠକରେ ଯୋଗ ଦେଇ ଏ ଦିଗରେ ଦୃଢ଼ ଭାବେ ଆଗକୁ ବଢିବା ପାଇଁ ନବୀନ ପରାମର୍ଶ ଦେଇଛନ୍ତି। ବିଜୁ ବାବୁ ହିଁ ସାରା ଦେଶରେ ମା’ମାନଙ୍କ ସଶକ୍ତିକରଣର ମୂଳଦୁଆ ପକାଇଥିଲେ। ତାଙ୍କ ମାର୍ଗ ଦର୍ଶନରେ ୭୦ଲକ୍ଷ ମା’ ସଶକ୍ତ ହୋଇଛନ୍ତି। ଏସ୍‌ଏଚ୍‌ଜିରୁ ଏସ୍‌ଏମ୍‌ଇ ଅଭିମୁଖେ ଆଗକୁ ବଢୁଛନ୍ତି। ଓଡ଼ିଶାର ପରିଚୟ ସାଜୁଛନ୍ତି।

ସୁଭଦ୍ରା ଯୋଜନା ହେଉ କି ୩୦୦ ୟୁନିଟ୍‌ ମାଗଣା ବିଜୁଳି, କେବଳ ମିଛ ହିଁ ଭାଜପାର ସାହାରା ସାଜିଛି। ୨ ବର୍ଷରେ ୫୦,୦୦୦ ଟଙ୍କା ଦେବେ ବୋଲି କହିଥିଲେ। ଏବେ କହୁଛନ୍ତି ୫ ବର୍ଷରେ ଦେବେ। ତା’ ପୁଣି ୬ ମାସରେ ମାତ୍ର ୫ ହଜାର ଟଙ୍କା। ସବୁ ମହିଳାଙ୍କୁ ଦେବେ ବୋଲି କହି ଏବେ କିଛି ମହିଳାଙ୍କୁ ଦେଉଛନ୍ତି।

ମା’ମାନଙ୍କ ଭାବନା ଓ ବିଶ୍ୱାସ ସହ ଭାଜପା ଖେଳିବା ଉଚିତ ନୁହେଁ। ସାଧାରଣ ଲୋକଙ୍କ ବିଶ୍ୱାସ ସହ ଖେଳିବା ଉଚିତ୍‌ ନୁହେଁ। ଆମ ମା’ମାନେ ବହୁତ ସଚେତନ। ସେମାନେ ହିଁ ଏହାର ଜବାବ ଦେବେ। ପ୍ରତି ଘରେ ଘରେ ଭାଜପାର ଏପରି ମିଛ ଉପରୁ ପରଦା ଉଠାଇବା ପାଇଁ ବିଜୁ ମହିଳା ଜନତା ଦଳର କର୍ମୀ ସଙ୍କଳ୍ପବଦ୍ଧ ଭାବେ ଆଗକୁ ବଢୁଛନ୍ତି ବୋଲି ନବୀନ ଆଜିର ଏହି ବୈଠକରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri