‘ଶୂନ’ ମୃତ୍ୟୁ, ପ୍ଲାଜ୍‌ମା ଦାନ ପ୍ରାଥମିକତା

କଟକ ଅଫିସ,୮।୮: କଟକ ଜିଲାରେ ପ୍ଲାଜ୍‌ମା ସଂଗ୍ରହ ବ୍ୟାପକ କରାଯିବ। ଏନେଇ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବୈଠକ ବସିଥିଲା। ଏଥିରେ ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ‘ଶୂନ’ ମୃତ୍ୟୁ ସମସ୍ତଙ୍କ ଲକ୍ଷ୍ୟ ହେଉ ବୋଲି କହିଛନ୍ତି। ପ୍ଲାଜମା ଥେରାପିର ନୋଡାଲ ଅଧିକାରୀ ତଥା ଏସ୍‌ସିବି ମେଡିକାଲ ଆସୋସିଏଟ୍‌ ପ୍ରଫେସର ଡା. ସ୍ମିତା ମହାପାତ୍ର ପ୍ଲାଜ୍‌ମା ସଂଗ୍ରହ ସ୍ଥିତି ଉପରେ ସୂଚନା ଦେଇଥିଲେ। କଟକ ଜିଲାର ଗ୍ରାମାଞ୍ଚଳରେ ୫୨୯ ଓ ସହରାଞ୍ଚଳର ୩୨ ଜଣ ପ୍ଲାଜ୍‌ମା ଦେବା ପାଇଁ ଯୋଗ୍ୟ ହୋଇଛନ୍ତି। ସେଥିରୁ ଗ୍ରାମାଞ୍ଚଳର ୯୭ ଓ ସହରାଞ୍ଚଳର ୮ ଜଣ ପ୍ଲାଜ୍‌ମା ଦେବାକୁ ଆଗ୍ରହୀ। ଏଯାବତ୍‌ ଏସ୍‌ସିବି ପ୍ଲାଜ୍‌ମା ବ୍ୟାଙ୍କ୍‌ରେ ୫୮ ଜଣଙ୍କଠାରୁ ୧୧୬ ୟୁନିଟ୍‌ ପ୍ଲାଜ୍‌ମା ସଂଗ୍ରହ କରାଯାଇଛି। ସେଥିରୁ ୯୦ ୟୁନିଟ୍‌ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍ପିଟାଲକୁ ଦିଆଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଟ୍ରେସିଂ, ଟେଷ୍ଟିଂ ଓ ଚିକିତ୍ସାର ବ୍ୟାପକ ବ୍ୟବସ୍ଥା ସମ୍ବନ୍ଧରେ ଆଲୋଚନା କରିଥିଲେ। ପ୍ଲାଜ୍‌ମା ଦାନ ପାଇଁ ସୁସ୍ଥ ବ୍ୟକ୍ତିଙ୍କ ତାଲିକା ଓ ସବିଶେଷ ବିବରଣୀ ଉପଲବ୍ଧ କରାଇବା ପାଇଁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ଜିଲାପାଳ ବିଜୟ ଖଣ୍ଡାୟତରାୟଙ୍କୁ ଏହାର ସଂଯୋଜକ ଦାୟିତ୍ୱ ମିଳିଛି। ବୈଠକରେ କଟକ ସଦର ବିଧାୟକ ଚନ୍ଦ୍ର ସାରଥି ବେହେରା, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ, କଟକ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳ, ବାଙ୍କି ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ନିଜର ମତ ରଖିଥିଲେ। ରାଜ୍ୟ ସରକାରଙ୍କ ବୈଷୟିକ ମୁଖପାତ୍ର ଡା. ଜୟନ୍ତ ପଣ୍ଡା, ସିଏମ୍‌ସି କମିଶନର ଅନନ୍ୟା ଦାସ, ଡିଆର୍‌ଡିଏ ପିଡି ଅବଦଲ ଅଖତରଏସ୍‌ସିବି ମେଡିକାଲ ଅଧୀକ୍ଷକ ଡା. ଅନ୍ନଦା ପ୍ରସାଦ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri