ଲକ୍‌ଡାଉନକୁ ଫେରିବାକୁ ଇଚ୍ଛା ନାହିଁ, ଜିରୋ ସଂକ୍ରମଣ ଆମର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରବିବାର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସମ୍ପର୍କରେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ସହଯୋଗରେ କରୋନା ସଂକ୍ରମଣ କମିପାରିଛି। ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି। ଆମର କରୋନା ନିୟନ୍ତ୍ରଣ ସ୍ଥିତିକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ବି ପ୍ରଶଂସା କରିଛି। ଲକ୍‌ଡାଉନ ସମୟର କଷ୍ଟ ଏବେ ବି ସ୍ମୃତି ହୋଇରହିଛି। ତେଣୁ ଆଉ ଲକ୍‌ଡାଉନକୁ ଫେରିବାକୁ ଇଚ୍ଛା ନାହିଁ। ଆମେ ସତର୍କ ରହିଲେ କରୋନାକୁ ଦୂରେଇ ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କରୋନା ବିରୋଧରେ ଯୋଦ୍ଧାମାନଙ୍କର ଲଢ଼େଇକୁ ସେ ପ୍ରଶଂସା କରିଛନ୍ତି।

ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶ ପରି ରାଜ୍ୟରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଆମ ରାଜ୍ୟରେ ଏହି ହାର ଖୁବ୍‌ କମିଛି। ଏଥିପାଇଁ ସେ ସମସ୍ତ ଜନତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତଥାପି ଏହି ବିପଦ ସମ୍ପୂର୍ଣ୍ଣ ଟଳିନାହିଁ।

ସେ ଆହୁରି ମଧ୍ୟ କହିଛନ୍ତି ଅର୍ଥନୀତି, ସାମାଜିକ ସ୍ଥିତି ଏବଂ ପିଲାଙ୍କ ପାଠପଢ଼ା ପ୍ରଭାବିତ ହୋଇଛି। ଆମେ ଚାହିଁଲେ ଲକ୍‌ଡାଉନ୍‌ ଆଉ ଫେରିବ ନାହିଁ। ବାହାରକୁ ଗଲେ ସତର୍କତା ଜରୁରୀ। ଯେପରିକି ମାସ୍କ ପିନ୍ଧିବା, ହାତକୁ ଭଲ ଭାବେ ସାବୁନରେ ଧୋଇବା, ସାମାଜିକ ଦୂରତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ଅତି ଆବଶ୍ୟକ ନ ପଡ଼ିଲେ ବାହାରକୁ ନ ବାହାରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୪।୫(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri