ଲକ୍‌ଡାଉନକୁ ଫେରିବାକୁ ଇଚ୍ଛା ନାହିଁ, ଜିରୋ ସଂକ୍ରମଣ ଆମର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରବିବାର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସମ୍ପର୍କରେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ସହଯୋଗରେ କରୋନା ସଂକ୍ରମଣ କମିପାରିଛି। ଆମର ଦୈନିକ ସଂକ୍ରମଣ ୧୦୦ ତଳେ ରହୁଛି। ଆମର କରୋନା ନିୟନ୍ତ୍ରଣ ସ୍ଥିତିକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ବି ପ୍ରଶଂସା କରିଛି। ଲକ୍‌ଡାଉନ ସମୟର କଷ୍ଟ ଏବେ ବି ସ୍ମୃତି ହୋଇରହିଛି। ତେଣୁ ଆଉ ଲକ୍‌ଡାଉନକୁ ଫେରିବାକୁ ଇଚ୍ଛା ନାହିଁ। ଆମେ ସତର୍କ ରହିଲେ କରୋନାକୁ ଦୂରେଇ ପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କରୋନା ବିରୋଧରେ ଯୋଦ୍ଧାମାନଙ୍କର ଲଢ଼େଇକୁ ସେ ପ୍ରଶଂସା କରିଛନ୍ତି।

ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, ମଧ୍ୟପ୍ରଦେଶ ପରି ରାଜ୍ୟରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଆମ ରାଜ୍ୟରେ ଏହି ହାର ଖୁବ୍‌ କମିଛି। ଏଥିପାଇଁ ସେ ସମସ୍ତ ଜନତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତଥାପି ଏହି ବିପଦ ସମ୍ପୂର୍ଣ୍ଣ ଟଳିନାହିଁ।

ସେ ଆହୁରି ମଧ୍ୟ କହିଛନ୍ତି ଅର୍ଥନୀତି, ସାମାଜିକ ସ୍ଥିତି ଏବଂ ପିଲାଙ୍କ ପାଠପଢ଼ା ପ୍ରଭାବିତ ହୋଇଛି। ଆମେ ଚାହିଁଲେ ଲକ୍‌ଡାଉନ୍‌ ଆଉ ଫେରିବ ନାହିଁ। ବାହାରକୁ ଗଲେ ସତର୍କତା ଜରୁରୀ। ଯେପରିକି ମାସ୍କ ପିନ୍ଧିବା, ହାତକୁ ଭଲ ଭାବେ ସାବୁନରେ ଧୋଇବା, ସାମାଜିକ ଦୂରତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ଅତି ଆବଶ୍ୟକ ନ ପଡ଼ିଲେ ବାହାରକୁ ନ ବାହାରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri