Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ କରିଥିଲେ ‘ଶୂନ’: କିନ୍ତୁ କ୍ରିକେଟରେ ରଚିଥିଲେ ଇତିହାସ

ଭାରତୀୟ କ୍ରିକେଟରେ ପୂର୍ବତନ ଭାରତ କ୍ରିକେଟର ସୁରେଶ ରାଇନାଙ୍କ ସ୍ବତନ୍ତ୍ର ଅବଦାନ ରହିଛି। ଏକଦିବସୀୟ ଏବଂ ଟି -୨୦ କ୍ରିକେଟରେ ସୁରେଶ ରାଇନା ନିଜର ପରିଚୟ ସୃଷ୍ଟି କରିଥିଲେ। ରାଇନା ଆଜି ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ନଭେମ୍ବର ୨୭ ୧୯୮୬ରେ ଗାଜିଆବାଦରେ ଜନ୍ମଗ୍ରହଣ କରିଥିବା ରାଇନା ଭାରତ ପାଇଁ ୨୨୬ଟି ଏକଦିବସୀୟ, ୭୮ଟି-୨୦ ଏବଂ ୧୮ଟି ଟେଷ୍ଟ ମ୍ୟାଚ ଖେଳିଥିଲେ। ସୁରେଶ ରାଇନା ଶ୍ରୀଲଙ୍କା ବିପକ୍ଷରେ ଜୁଲାଇ ୩୦, ୨୦୦୫ରେ ଡେବ୍ୟୁ କରିଥିଲେ। ତେବେ ରାଇନାଙ୍କ ପ୍ରଥମ ମ୍ୟାଚ ବହୁତ ଖରାପ ଥିଲା। ପ୍ରଥମ ବଲରେ ରାଇନା ନିଜର ଉଇକେଟ ହରାଇଥିଲେ, ତାଙ୍କୁ ମୁରଲୀଧରନ ଏଲବିଡବ୍ଲ୍ୟୁ ଆଉଟ୍‌ କରିଥିଲେ। ତେବେ, ରାଇନା ଏହା ପରେ ଆଉ ପଛକୁ ଚାହିଁ ନ ଥିଲେ। ସୁରେଶ ରାଇନା ତାଙ୍କ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ଦକ୍ଷିଣ ଆଫ୍ରିକା ବିପକ୍ଷ ବିଶ୍ୱ ଟି -୨୦ ମ୍ୟାଚରେ ରାଇନା ଏକ ଶତକ ହାସଲ କରିଥିଲେ। ସେତେବେଳେ ଟେଷ୍ଟ, ଏକଦିବସୀୟ ଏବଂ ଟି -୨୦ ରେ ଶତକ ହାସଲ କରିଥିବା ରାଇନା ଭାରତର ପ୍ରଥମ କ୍ରିକେଟର ହୋଇଥିଲେ। ଏହା ବ୍ୟତୀତ ସେ ହେଉଛନ୍ତି ଏକମାତ୍ର ଆଇପିଏଲ ଖେଳାଳି ଯିଏ କ୍ରମାଗତ ୭ଟି ସିଜିନରେରେ ୪୦୦ରୁ ଅଧିକ ରନ ସ୍କୋର କରିଛନ୍ତି। ୧୫ ଅଗଷ୍ଟ ୨୦୨୦ରେ ସୁରେଶ ରାଇନା ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri