ଜିରୋନାଇଟ ସେଲିବ୍ରେଶନ ଉପରେ କଟକଣା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଶନିବାର ବର୍ଷର ଶେଷଦିନ । ରାତି ପାହିଲେ ବଦଳିବ କ୍ୟାଲେଣ୍ଡର । ବିଦାୟ ନେବ ୨୦୨୨ ଆସିବ ନୂଆବର୍ଷ ୨୦୨୩। ଗତ ଦୁଇବର୍ଷ କରୋନା ପାଇଁ ନ୍ୟୁ ଇୟର ସେଲିବ୍ରେଶନ ଫିକା ପଡ଼ିଥିଲା ।
ଚଳିତବର୍ଷ ସେଭଳି କିଛି ସ୍ଥିତି ନ ଥିବାରୁ ସେଲିବ୍ରେଶନ ବେଶ ଜମିବ ବୋଲି ଆଶା କରାଯାଉଛି। ଧୁମଧାମରେ ନୂଆବର୍ଷ ପାଳନ କରିବାକୁ ପ୍ରସ୍ତୁତି ଶେଷ ହୋଇଛି। ଟୁଇନ୍‌ସିଟିର ବିଭିନ୍ନ ହୋଟେଲରେ ଜିରୋନାଇଟ ସେଲିବ୍ରେସନ ପାଇଁ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ତେବେ ନୂଆବର୍ଷ ଲାଗି କମିଶନରେଟ ପୋଲିସ କଟକଣା ଜାରି କରିଛି। ହୋଟେଲ ନିକଟରେ ସ୍ବତନ୍ତ୍ର ପୋଲିସ ନିୟୋଜିତ ହେବେ ।
ଖୋଲାସ୍ଥାନରେ କାର୍ଯ୍ୟକ୍ରମ ଆୟୋଜନ କରୁଥିଲେ ରାତି ୧୦ ଟା ଓ ହୋଟେଲ ଭିତରେ ରାତି ୧୨ଟା ପର୍ଯ୍ୟନ୍ତ ପୋଲିସ ଅନୁମତି ଦେଇଛି । ସୁରକ୍ଷା ଲାଗି ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ୧୭ଟି ସ୍ଥାନରେ ଚେକ୍‌ ପୋଷ୍ଟ କରାଯାଇ ମଦ୍ୟପଙ୍କ ଉପରେ ରହିବ ନଜର । ୪ଟି ସ୍ଥାନରେ କୁଇକ୍‌ ଆକ୍ସନ ଟିମ। ୩ଟି ସ୍ଥାନରେ ଷ୍ଟ୍ରାଇକିଙ୍ଗ ଫୋର୍ସ ନିୟୋଜିତ ହେବାସହ ପୋଲିସ ପାଟ୍ରୋଲିଂ କଡ଼ାକଡ଼ି କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri