ଜିରୋନାଇଟ ସେଲିବ୍ରେଶନ ଉପରେ କଟକଣା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଶନିବାର ବର୍ଷର ଶେଷଦିନ । ରାତି ପାହିଲେ ବଦଳିବ କ୍ୟାଲେଣ୍ଡର । ବିଦାୟ ନେବ ୨୦୨୨ ଆସିବ ନୂଆବର୍ଷ ୨୦୨୩। ଗତ ଦୁଇବର୍ଷ କରୋନା ପାଇଁ ନ୍ୟୁ ଇୟର ସେଲିବ୍ରେଶନ ଫିକା ପଡ଼ିଥିଲା ।
ଚଳିତବର୍ଷ ସେଭଳି କିଛି ସ୍ଥିତି ନ ଥିବାରୁ ସେଲିବ୍ରେଶନ ବେଶ ଜମିବ ବୋଲି ଆଶା କରାଯାଉଛି। ଧୁମଧାମରେ ନୂଆବର୍ଷ ପାଳନ କରିବାକୁ ପ୍ରସ୍ତୁତି ଶେଷ ହୋଇଛି। ଟୁଇନ୍‌ସିଟିର ବିଭିନ୍ନ ହୋଟେଲରେ ଜିରୋନାଇଟ ସେଲିବ୍ରେସନ ପାଇଁ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ତେବେ ନୂଆବର୍ଷ ଲାଗି କମିଶନରେଟ ପୋଲିସ କଟକଣା ଜାରି କରିଛି। ହୋଟେଲ ନିକଟରେ ସ୍ବତନ୍ତ୍ର ପୋଲିସ ନିୟୋଜିତ ହେବେ ।
ଖୋଲାସ୍ଥାନରେ କାର୍ଯ୍ୟକ୍ରମ ଆୟୋଜନ କରୁଥିଲେ ରାତି ୧୦ ଟା ଓ ହୋଟେଲ ଭିତରେ ରାତି ୧୨ଟା ପର୍ଯ୍ୟନ୍ତ ପୋଲିସ ଅନୁମତି ଦେଇଛି । ସୁରକ୍ଷା ଲାଗି ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ୧୭ଟି ସ୍ଥାନରେ ଚେକ୍‌ ପୋଷ୍ଟ କରାଯାଇ ମଦ୍ୟପଙ୍କ ଉପରେ ରହିବ ନଜର । ୪ଟି ସ୍ଥାନରେ କୁଇକ୍‌ ଆକ୍ସନ ଟିମ। ୩ଟି ସ୍ଥାନରେ ଷ୍ଟ୍ରାଇକିଙ୍ଗ ଫୋର୍ସ ନିୟୋଜିତ ହେବାସହ ପୋଲିସ ପାଟ୍ରୋଲିଂ କଡ଼ାକଡ଼ି କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri