Posted inଜାତୀୟ

ଆତଙ୍କବାଦ ପ୍ରତି ଶୂନ୍ୟ ସହନଶୀଳ ନୀତି ରହିବ ଜାରି : ଶାହା…

ହାଇଦ୍ରାବାଦ,୧୨।୩ : ହାଇଦ୍ରାବାଦରେ ସିଆଇଏସଏଫର ୫୪ ତମ ସ୍ଥାପନା ଦିବସ ପରେଡରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଯୋଗ ଦେଇ ଦେଶରେ ଆତଙ୍କବାଦ, ମାଓବାଦ ଏବଂ ଉଗ୍ରବାଦ ବିରୋଧରେ ଶୂନ୍ୟ ସହନଶୀଳ ନୀତି ଜାରି ରହିବ ବୋଲି ରବିବାର ସୂଚନା ଦେଇଛନ୍ତି।

ସହରର ଉପକଣ୍ଠରେ ଥିବା ହାକିମପେଟରେ ଥିବା ନ୍ୟାଶନାଲ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଏକାଡେମୀରେ ଆୟୋଜିତ ହୋଇଥିବା କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସଏଫ)ର ରାଇଜିଂ ଡେ ପରେଡରେ ଅଂଶଗ୍ରହଣ କରିଥିଲେ।

କାର୍ଯ୍ୟକ୍ରମରେ ପରେଡରେ ଅଭିବାଦନ ଗ୍ରହଣ କରି ସେ କହିଥିଲେ ଆତଙ୍କବାଦ ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ଆଗାମୀ ଦିନରେ ମଧ୍ୟ ଜାରି ରହିବ। ଏଥିସହ ଦେଶର ଯେକୌଣସି ଅଞ୍ଚଳରେ ବିଚ୍ଛିନ୍ନତାବାଦ, ଆତଙ୍କବାଦ ଏବଂ ଜାତୀୟ ବିରୋଧୀ କାର୍ଯ୍ୟକଳାପ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ପ୍ରଧାନମନ୍ତ୍ରୀ ପାଞ୍ଚ ଟ୍ରିଲିୟନ ଡଲାର ଅର୍ଥନୀତି ସୃଷ୍ଟି କରିବାର ଲକ୍ଷ୍ୟ ରଖିଛନ୍ତି। ସେଥିପାଇଁ ବନ୍ଦର, ବିମାନବନ୍ଦର ଇତ୍ୟାଦିର ସୁରକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗତ ୫୩ ବର୍ଷ ଧରି ସିଆଇଏସଏଫ ଏହି କାର୍ଯ୍ୟ ବହୁତ ଭଲ ଭାବେ ସମ୍ପାଦନ କରୁଛି ।

ସମସ୍ତ ପ୍ରଯୁକ୍ତିବିଦ୍ୟା ସାହାଯ୍ୟରେ ଆଗାମୀ ଦିନରେ ସିଏସଏଫ ଆଧୁନିକୀକରଣ ହେବ ବୋଲି ଶାହା କହିଛନ୍ତି। ଅନେକ ସିଆଇଏସଏଫ ଯବାନ ଡ୍ୟୁଟି ଲାଇନରେ ନିଜ ଜୀବନ ଦେଇଛନ୍ତି। ସିଆଇଏସଏଫ ଯୋଗୁଁ ମାଓବାଦ ଏବଂ ଆତଙ୍କବାଦ ନିୟନ୍ତ୍ରଣରେ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ଲାଗିଲା ନିଆଁ: ଡ୍ରାଇଭରଙ୍କ ଉପସ୍ଥିତି ବୁଦ୍ଧି ପାଇଁ ରକ୍ଷା ପାଇଲେ ଯାତ୍ରୀ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri