Posted inଜାତୀୟ

ଆତଙ୍କବାଦ ପ୍ରତି ଶୂନ୍ୟ ସହନଶୀଳ ନୀତି ରହିବ ଜାରି : ଶାହା…

ହାଇଦ୍ରାବାଦ,୧୨।୩ : ହାଇଦ୍ରାବାଦରେ ସିଆଇଏସଏଫର ୫୪ ତମ ସ୍ଥାପନା ଦିବସ ପରେଡରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଯୋଗ ଦେଇ ଦେଶରେ ଆତଙ୍କବାଦ, ମାଓବାଦ ଏବଂ ଉଗ୍ରବାଦ ବିରୋଧରେ ଶୂନ୍ୟ ସହନଶୀଳ ନୀତି ଜାରି ରହିବ ବୋଲି ରବିବାର ସୂଚନା ଦେଇଛନ୍ତି।

ସହରର ଉପକଣ୍ଠରେ ଥିବା ହାକିମପେଟରେ ଥିବା ନ୍ୟାଶନାଲ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଏକାଡେମୀରେ ଆୟୋଜିତ ହୋଇଥିବା କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସଏଫ)ର ରାଇଜିଂ ଡେ ପରେଡରେ ଅଂଶଗ୍ରହଣ କରିଥିଲେ।

କାର୍ଯ୍ୟକ୍ରମରେ ପରେଡରେ ଅଭିବାଦନ ଗ୍ରହଣ କରି ସେ କହିଥିଲେ ଆତଙ୍କବାଦ ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ଆଗାମୀ ଦିନରେ ମଧ୍ୟ ଜାରି ରହିବ। ଏଥିସହ ଦେଶର ଯେକୌଣସି ଅଞ୍ଚଳରେ ବିଚ୍ଛିନ୍ନତାବାଦ, ଆତଙ୍କବାଦ ଏବଂ ଜାତୀୟ ବିରୋଧୀ କାର୍ଯ୍ୟକଳାପ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ପ୍ରଧାନମନ୍ତ୍ରୀ ପାଞ୍ଚ ଟ୍ରିଲିୟନ ଡଲାର ଅର୍ଥନୀତି ସୃଷ୍ଟି କରିବାର ଲକ୍ଷ୍ୟ ରଖିଛନ୍ତି। ସେଥିପାଇଁ ବନ୍ଦର, ବିମାନବନ୍ଦର ଇତ୍ୟାଦିର ସୁରକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗତ ୫୩ ବର୍ଷ ଧରି ସିଆଇଏସଏଫ ଏହି କାର୍ଯ୍ୟ ବହୁତ ଭଲ ଭାବେ ସମ୍ପାଦନ କରୁଛି ।

ସମସ୍ତ ପ୍ରଯୁକ୍ତିବିଦ୍ୟା ସାହାଯ୍ୟରେ ଆଗାମୀ ଦିନରେ ସିଏସଏଫ ଆଧୁନିକୀକରଣ ହେବ ବୋଲି ଶାହା କହିଛନ୍ତି। ଅନେକ ସିଆଇଏସଏଫ ଯବାନ ଡ୍ୟୁଟି ଲାଇନରେ ନିଜ ଜୀବନ ଦେଇଛନ୍ତି। ସିଆଇଏସଏଫ ଯୋଗୁଁ ମାଓବାଦ ଏବଂ ଆତଙ୍କବାଦ ନିୟନ୍ତ୍ରଣରେ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ...

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ...

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି...

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି।...

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri