ଅଜ୍ଞାତ ସ୍ଥାନରେ ଲୁଚିଛନ୍ତି ଜେଲେନସ୍କି…

କ୍ୱିଭ୍‌,୮।୩ : ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଜ୍ଞାତ ସ୍ଥାନରେ ଲୁଚି ରହିଛନ୍ତି। ତାଙ୍କୁ ସୁରକ୍ଷା ଦେବା ପାଇଁ ଆମେରିକାର ନୌସେନା ସିଲ ଏବଂ ବ୍ରିଟିଶ ଏସ୍‌ଏଏସ୍‌ କମାଣ୍ଡୋ ନିୟୋଜିତ କରାଯାଇଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜେଲେନସ୍କିଙ୍କ ନିକଟକୁ ଏପରି ଏକ ଜିନିଷ ପଠାଇଛନ୍ତି, ଯାହା ସହିତ ସେ ନିରନ୍ତର ଯୋଗାଯୋଗରେ ରହିବେ।

କେବଳ ଏତିକି ନୁହେଁ, ବାଇଡେନ ମଧ୍ୟ ଏଭଳି ବ୍ୟବସ୍ଥା କରିଛନ୍ତି, ଯାହାଫଳରେ ଜେଲେନସ୍କି ଶର୍ଟ ନୋଟିସରେ ସିଧାସଳଖ ତାଙ୍କ ନିକଟରେ ପହଞ୍ଚି ପାରିବେ।

ନ୍ୟୁୟର୍କ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଆମେରିକା ଜେଲେନସ୍କିଙ୍କ ପାଖକୁ ନାଟୋ ଆଇଟି ଆସେଟ ଲାପଟପ ପଠାଇଛି। ଯାହା ଦ୍ୱାରା ନାଟୋ ଦେଶ ସହ ୟୁକ୍ରେନର ଯୋଗାଯୋଗ ନିରନ୍ତର ହୋଇପାରିବ।

ୟୁକ୍ରେନର ଡୋନେଟସ୍କ ପିପୁଲ୍ସ ରିପବ୍ଲିକ ରାଇଟ୍‌ ସେକ୍ଟର୍‌ ନିଓ-ନାଜି ପାରାମିଲିଟାରୀ ଗୋଷ୍ଠୀର ଏକ ମୁଖ୍ୟାଳୟରେ ଏହା ପହଞ୍ଚତ୍ଥିବା ବିଷୟରେ ଜଣାଇଛି।

ଖବରକାଗଜ ଅନୁଯାୟୀ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ପାଖରେ ମୋବାଇଲ ଏନକ୍ରିପ୍ଟ ହୋଇଥିବା ଯୋଗାଯୋଗ ଉପକରଣ ରହିଛି, ଯାହା ତାଙ୍କ ସହିତ ସବୁବେଳେ ଥାଏ।

ଜେଲେନସ୍କି ଏହି ମୋବାଇଲରୁ ଯେକୌଣସି ସମୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ କଥା ହୋଇପାରିବେ। ଶନିବାର ବାଇଡେନଙ୍କ ସହ ୩୫ ମିନିଟର କଲ ପାଇଁ ଜେଲେନସ୍କି ଏହି ଉପକରଣ ବ୍ୟବହାର କରିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri