ଜିଆ ଖତ ନକଲି ସନ୍ଦେହରେ କାରଖାନା ଉପରେ ଚଢ଼ାଉ: ସଂଗ୍ରହ ହେଲା ନମୁନା

ସାକ୍ଷୀଗୋପାଳ,୧୧।୯(ଡି.ଏନ୍‌.ଏ./ସ୍ବ.ପ୍ର.): ନକଲି ସାର ପ୍ରସ୍ତୁତି ସନ୍ଦେହରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ବୀରଗୋବିନ୍ଦପୁର ନିକଟରେ ଥିବା ଗ୍ଲେୟର କେମିକାଲ ପ୍ରାଇଭେଟ ଲିମିଟେଡ୍‌ କାରଖାନା ଉପରେ ରବିବାର ରାଜ୍ୟ ସରକାରଙ୍କ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳ ଚଢ଼ାଉ କରିଛି।

ସୂଚନାଯୋଗ୍ୟ, ସାକ୍ଷୀଗୋପାଳ ନିକଟ ବୀରଗୋବିନ୍ଦପୁର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏହି ସାର କମ୍ପାନୀ ଦୀର୍ଘ ୨୦ ବର୍ଷ ହେବ ପ୍ରାକୃତିକ ଜିଆ ଖତ ପ୍ରସ୍ତୁତ କରି ରାଜ୍ୟ ସରକାରଙ୍କ କୃଷି ବିଭାଗଠାରୁ ଆରମ୍ଭ କରି କୃଷକଙ୍କୁ ସାର ଯୋଗାଇ ଆସୁଥିଲା। ଏହି କାରଖାନାରୁ ଶତାଧିକ ଟନ୍‌ ସାର ବିକ୍ରୟ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନକୁ ପଠାଯାଉଥିଲା। ଦୀର୍ଘଦିନ ଧରି ବ୍ୟବସାୟ ଚାଲୁଥିଲେ ମଧ୍ୟ ଏହି କମ୍ପାନୀ ଉପରେ କାହାର ଦୃଷ୍ଟି ପଡୁ ନ ଥିଲା। ହେଲେ ସାର ପ୍ରସ୍ତୁତିରେ ନକଲି ହେଉଥିବା ଏକ ନିର୍ଦ୍ଦିଷ୍ଟ ସୂତ୍ରରୁ ଖବର ପାଇ ରାଜ୍ୟ ସରକାରଙ୍କ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀଙ୍କ ନେତୃତ୍ୱରେ ଏକ ପ୍ରଶାସନିକ ଟିମ୍‌ ରବିବାର କାରଖାନା ଉପରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଅଧିକାରୀମାନେ କାରଖାନାରେ ପ୍ରସ୍ତୁତ କରାଯାଉଥିବା ସାରର ନମୁନା ସଂଗ୍ରହ କରିଥିଲେ। ସାରର ନମୁନା ଯାଞ୍ଚ ପାଇଁ ପରୀକ୍ଷାଗାରକୁ ପଠାଯିବ ବୋଲି ଅଧିକାରୀମାନେ କହିଛନ୍ତି। ରିପୋର୍ଟ ଆସିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତଦନ୍ତ କରୁଥିବା ଅଧିକାରୀମାନେ ପ୍ରକାଶ କରିଛନ୍ତି । ଏହି ଚଢ଼ାଉରେ କୃଷି ନିର୍ଦ୍ଦେଶକ ପ୍ରେମ ଚନ୍ଦ୍ର ଚୌଧୁରୀ, ପୁରୀ ଜିଲାପାଳ ସମର୍ଥ ବର୍ମା, ଜିଲା ମୁଖ୍ୟ କୃଷି ଅଧିକାରୀ ରମେଶ ଚନ୍ଦ୍ର ରାୟ, କୃଷି ଜିଲା ଅଧିକାରୀ ସୁବାସ ଚନ୍ଦ୍ର ବେହେରା, ବ୍ଲକ କୃଷି ଅଧିକାରୀ କଲ୍ୟାଣ କୁମାର ରାୟ, ସତ୍ୟବାଦୀ ତହସିଲଦାର ଜୟନ୍ତ କୁମାର ଜୟସିଂ, ପିପିଲି ଏସ୍‌ଡିପିଓ ଦେବଦତ୍ତ ବରାଳ, ସତ୍ୟବାଦୀ ଆଇଆଇସି ବିଜୟ କେତନ ବେହେରା, ଅତିରିକ୍ତ ଜିଲାପାଳ ପୁରୀ ଓ କୃଷି ବିଭାଗର ଅଧିକାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri