ଜିଆ ଖତ ନକଲି ସନ୍ଦେହରେ କାରଖାନା ଉପରେ ଚଢ଼ାଉ: ସଂଗ୍ରହ ହେଲା ନମୁନା

ସାକ୍ଷୀଗୋପାଳ,୧୧।୯(ଡି.ଏନ୍‌.ଏ./ସ୍ବ.ପ୍ର.): ନକଲି ସାର ପ୍ରସ୍ତୁତି ସନ୍ଦେହରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ବୀରଗୋବିନ୍ଦପୁର ନିକଟରେ ଥିବା ଗ୍ଲେୟର କେମିକାଲ ପ୍ରାଇଭେଟ ଲିମିଟେଡ୍‌ କାରଖାନା ଉପରେ ରବିବାର ରାଜ୍ୟ ସରକାରଙ୍କ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳ ଚଢ଼ାଉ କରିଛି।

ସୂଚନାଯୋଗ୍ୟ, ସାକ୍ଷୀଗୋପାଳ ନିକଟ ବୀରଗୋବିନ୍ଦପୁର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏହି ସାର କମ୍ପାନୀ ଦୀର୍ଘ ୨୦ ବର୍ଷ ହେବ ପ୍ରାକୃତିକ ଜିଆ ଖତ ପ୍ରସ୍ତୁତ କରି ରାଜ୍ୟ ସରକାରଙ୍କ କୃଷି ବିଭାଗଠାରୁ ଆରମ୍ଭ କରି କୃଷକଙ୍କୁ ସାର ଯୋଗାଇ ଆସୁଥିଲା। ଏହି କାରଖାନାରୁ ଶତାଧିକ ଟନ୍‌ ସାର ବିକ୍ରୟ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନକୁ ପଠାଯାଉଥିଲା। ଦୀର୍ଘଦିନ ଧରି ବ୍ୟବସାୟ ଚାଲୁଥିଲେ ମଧ୍ୟ ଏହି କମ୍ପାନୀ ଉପରେ କାହାର ଦୃଷ୍ଟି ପଡୁ ନ ଥିଲା। ହେଲେ ସାର ପ୍ରସ୍ତୁତିରେ ନକଲି ହେଉଥିବା ଏକ ନିର୍ଦ୍ଦିଷ୍ଟ ସୂତ୍ରରୁ ଖବର ପାଇ ରାଜ୍ୟ ସରକାରଙ୍କ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀଙ୍କ ନେତୃତ୍ୱରେ ଏକ ପ୍ରଶାସନିକ ଟିମ୍‌ ରବିବାର କାରଖାନା ଉପରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଅଧିକାରୀମାନେ କାରଖାନାରେ ପ୍ରସ୍ତୁତ କରାଯାଉଥିବା ସାରର ନମୁନା ସଂଗ୍ରହ କରିଥିଲେ। ସାରର ନମୁନା ଯାଞ୍ଚ ପାଇଁ ପରୀକ୍ଷାଗାରକୁ ପଠାଯିବ ବୋଲି ଅଧିକାରୀମାନେ କହିଛନ୍ତି। ରିପୋର୍ଟ ଆସିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତଦନ୍ତ କରୁଥିବା ଅଧିକାରୀମାନେ ପ୍ରକାଶ କରିଛନ୍ତି । ଏହି ଚଢ଼ାଉରେ କୃଷି ନିର୍ଦ୍ଦେଶକ ପ୍ରେମ ଚନ୍ଦ୍ର ଚୌଧୁରୀ, ପୁରୀ ଜିଲାପାଳ ସମର୍ଥ ବର୍ମା, ଜିଲା ମୁଖ୍ୟ କୃଷି ଅଧିକାରୀ ରମେଶ ଚନ୍ଦ୍ର ରାୟ, କୃଷି ଜିଲା ଅଧିକାରୀ ସୁବାସ ଚନ୍ଦ୍ର ବେହେରା, ବ୍ଲକ କୃଷି ଅଧିକାରୀ କଲ୍ୟାଣ କୁମାର ରାୟ, ସତ୍ୟବାଦୀ ତହସିଲଦାର ଜୟନ୍ତ କୁମାର ଜୟସିଂ, ପିପିଲି ଏସ୍‌ଡିପିଓ ଦେବଦତ୍ତ ବରାଳ, ସତ୍ୟବାଦୀ ଆଇଆଇସି ବିଜୟ କେତନ ବେହେରା, ଅତିରିକ୍ତ ଜିଲାପାଳ ପୁରୀ ଓ କୃଷି ବିଭାଗର ଅଧିକାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri