Posted inଖେଳ

ରିୟଲ ମାଡ୍ରିଡ୍‌ ଛାଡ଼ିବେ ଜିଡାନ

ମାଡ୍ରିଡ୍‌,୧୭।୫: ଫ୍ରାନ୍ସ କିମ୍ବଦନ୍ତୀ ଫୁଟ୍‌ବଲର ଜିନେଡାଇ ଜିଡାନ ରିୟଲ ମାଡ୍ରିଡ୍‌ କ୍ଲବର କୋଚ୍‌ ପଦ ଛାଡିବେ ବୋଲି ସୂଚନା ଦେଇଛନ୍ତି। ଚଳିତ ସେସନ ଶେଷ ଆଡକୁ ସେ ଲା ଲିଗା କ୍ଲବର କୋଚ୍‌ ପଦ ପରିତ୍ୟାଗ କରିବେ ବୋଲି ନିଜ ଖେଳାଳିମାନଙ୍କୁ କହିଛନ୍ତି। ଏ ନେଇ ସ୍ପାନିଶ ଗଣମାଧ୍ୟମ ରିପୋର୍ଟ ପ୍ରକାଶ କରିଛି। ତେବେ ୨୦୨୨ ପର୍ଯ୍ୟନ୍ତ ଜିଡାନଙ୍କ ଚୁକ୍ତି ବଳବତ୍ତର ରହିଛି।
ଦ୍ୱିତୀୟ ଥର ପାଇଁ ଜିଡାନ ରିୟଲ ମାଡ୍ରିଡ କୋଚ ପଦ ଛାଡିବାର ଅବକାଶ ସୃଷ୍ଟି ହୋଇଛି। ଏହାପୂର୍ବରୁ ସେ ୨୦୧୮ରେ ଚାମ୍ପିୟନ୍ସ ଲିଗ୍‌ ବିଜୟ ପରେ ହେଡ୍‌ କୋଚ୍‌ ପଦରୁ ଇସ୍ତଫା ଦେଇଥିଲେ। ଅବଶ୍ୟ ସେ ୨୦୧୬ରୁ ରିୟଲ ମାଡ୍ରିଡର କୋଚ୍‌ ପଦରେ ରହିଆସିଛନ୍ତି। ୪୮ ବର୍ଷୀୟ ଜିଡାନ ପୂର୍ବରୁ ୨୦୧୪ରୁ ୨୦୧୬ ପର୍ଯ୍ୟନ୍ତ ରିୟଲ ମାଡ୍ରିଡ୍‌ କାଷ୍ଟିଲାର ହେଡ୍‌ କୋଚ୍‌ ଦାୟିତ୍ୱରେ ରହି ବେଶ୍‌ ସଫଳତା ହାସଲ କରିଥିଲେ। ନିଜର ସିନିୟର କ୍ୟାରିୟରରେ ଜିଡାନ ଫ୍ରାନ୍ସ ତରଫରୁ ପ୍ରତିନିଧିତ୍ୱ କରି ୧୦୮ଟି ମ୍ୟାଚ୍‌ ଖେଳିବା ସହ ୩୧ଟି ଗୋଲ ସ୍କୋର କରିଛନ୍ତି। ୧୯୯୮ ଫିଫା ବିଶ୍ୱକପ୍‌ରେ ସେ ଫ୍ରାନ୍ସକୁ ଚାମ୍ପିୟନ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri