Posted inଖେଳ

ରିୟଲ ମାଡ୍ରିଡ୍‌ ଛାଡ଼ିବେ ଜିଡାନ

ମାଡ୍ରିଡ୍‌,୧୭।୫: ଫ୍ରାନ୍ସ କିମ୍ବଦନ୍ତୀ ଫୁଟ୍‌ବଲର ଜିନେଡାଇ ଜିଡାନ ରିୟଲ ମାଡ୍ରିଡ୍‌ କ୍ଲବର କୋଚ୍‌ ପଦ ଛାଡିବେ ବୋଲି ସୂଚନା ଦେଇଛନ୍ତି। ଚଳିତ ସେସନ ଶେଷ ଆଡକୁ ସେ ଲା ଲିଗା କ୍ଲବର କୋଚ୍‌ ପଦ ପରିତ୍ୟାଗ କରିବେ ବୋଲି ନିଜ ଖେଳାଳିମାନଙ୍କୁ କହିଛନ୍ତି। ଏ ନେଇ ସ୍ପାନିଶ ଗଣମାଧ୍ୟମ ରିପୋର୍ଟ ପ୍ରକାଶ କରିଛି। ତେବେ ୨୦୨୨ ପର୍ଯ୍ୟନ୍ତ ଜିଡାନଙ୍କ ଚୁକ୍ତି ବଳବତ୍ତର ରହିଛି।
ଦ୍ୱିତୀୟ ଥର ପାଇଁ ଜିଡାନ ରିୟଲ ମାଡ୍ରିଡ କୋଚ ପଦ ଛାଡିବାର ଅବକାଶ ସୃଷ୍ଟି ହୋଇଛି। ଏହାପୂର୍ବରୁ ସେ ୨୦୧୮ରେ ଚାମ୍ପିୟନ୍ସ ଲିଗ୍‌ ବିଜୟ ପରେ ହେଡ୍‌ କୋଚ୍‌ ପଦରୁ ଇସ୍ତଫା ଦେଇଥିଲେ। ଅବଶ୍ୟ ସେ ୨୦୧୬ରୁ ରିୟଲ ମାଡ୍ରିଡର କୋଚ୍‌ ପଦରେ ରହିଆସିଛନ୍ତି। ୪୮ ବର୍ଷୀୟ ଜିଡାନ ପୂର୍ବରୁ ୨୦୧୪ରୁ ୨୦୧୬ ପର୍ଯ୍ୟନ୍ତ ରିୟଲ ମାଡ୍ରିଡ୍‌ କାଷ୍ଟିଲାର ହେଡ୍‌ କୋଚ୍‌ ଦାୟିତ୍ୱରେ ରହି ବେଶ୍‌ ସଫଳତା ହାସଲ କରିଥିଲେ। ନିଜର ସିନିୟର କ୍ୟାରିୟରରେ ଜିଡାନ ଫ୍ରାନ୍ସ ତରଫରୁ ପ୍ରତିନିଧିତ୍ୱ କରି ୧୦୮ଟି ମ୍ୟାଚ୍‌ ଖେଳିବା ସହ ୩୧ଟି ଗୋଲ ସ୍କୋର କରିଛନ୍ତି। ୧୯୯୮ ଫିଫା ବିଶ୍ୱକପ୍‌ରେ ସେ ଫ୍ରାନ୍ସକୁ ଚାମ୍ପିୟନ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

କିଏ ଜିତିବ ଦ୍ୱିତୀୟ ଟି-୨୦ ମ୍ୟାଚ? ଅଙ୍କରେ କିଏ ପଡ଼ିଲା ଭାରି ଭାରତ ନା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି, ଗୁରୁବାର, ଡିସେମ୍ବର ୧୧, ମୁଲାନପୁରର ନୂତନ ଚଣ୍ଡିଗଡ଼ସ୍ଥିତ ମହାରାଜା ଯାଦବୀନ୍ଦ୍ର ସିଂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri