Posted inଜାତୀୟ

କର୍ନାଟକରେ ଜିକା ଭାଇରସ

ବେଙ୍ଗାଲୁରୁ,୧୩ ।୧୨: କରୋନା ଭାଇରସ ଏବେ ଦେଶରୁ ପ୍ରାୟ ଶେଷ ହେବାକୁ ବସିଥିବା ବେଳେ ଏବେ ଜିକା ଭାଇରସ ପୁଣି ସରକାରଙ୍କ ଚିନ୍ତା ବଢାଇବାରେ ଲାଗିଛି । ପୁଣେ ପରେ ଏବେ କର୍ନାଟକରେ ଜିକା ଭାଇରସର ସନ୍ଧାନ ମିଳିଛି । ରାଜ୍ୟରେ ଏହା ଜିକା ଭାଇରସର ପ୍ରଥମ ମାମଲା । ତେବେ ମନ୍ତ୍ରୀ କହିଛନ୍ତି ଏହାକୁ ନେଇ ଭୟଭିତ ହେବାର କୌଣସି କାରଣ ନାହିଁ । କାରଣ ସରକାର ଏହାକୁ ନେଇଆବଶ୍ୟକ ଉପାୟ କରିବା ସହ ଖୁବଶୀଘ୍ର ଏ ସମ୍ପର୍କରେ ଦିଶା-ନିର୍ଦ୍ଦେଶ ଜାରି କରିବେ ।
କେ. ସୁଧାକର କହିଛନ୍ତି ଆମକୁ ପୁଣେ ଲ୍ୟାବରୁ ଯେଉଁ ରିପୋର୍ଟ ମିଳିଛି ସେଥିରେ ଜିକା ଭାଇରସର ପୁଷ୍ଟି କରାଯାଇଛି । ୫ ଡିସେମ୍ବରରେ ଏହି ସାମ୍ପଲ ପଠାଯାଇଥିଲା । ଏହାସହ ଅନ୍ୟ ୨ଟି ସାମ୍ପଲ ପଠାଯାଇଥିଲା ହେଲେ ଏହା ନେଗେଟିଭ ଆସିଛି । ତେବେ ଯାହାର ରିପୋର୍ଟ ପଜିଟିଭ ଆସିଛି ସେ ହେଉଛନ୍ତି ୫ ବର୍ଷର ଜଣେ ଶିଶୁ କନ୍ୟା । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଉକ୍ତ ଶିଶୁଟି ଉପରେ ନଜର ରଖାଯାଇଛି । ସୂଚନାଯୋଗ୍ୟ, କିଛି ମାସ ପୂର୍ବରୁ କେରଳ, ମହାରାଷ୍ଟ୍ର ଓ ଉତ୍ତର ପ୍ରଦେଶରେ ଜିକା ଭାଇରସ ମିଳିଥିଲେ ।
ଏଡିସ ମଶା କାମୁଡିଲେ ଏହି ଜିକା ଭାଇରସ ସଂକ୍ରମିତ ହୋଇଥାଏ । ଏହି ମଶା ଦିନରେ ଅଧିକ ଆକ୍ଟିଭ ଥାଆନ୍ତି । ତେବେ ଜିକା ସଂକ୍ରମଣ ଖୁବଶୀଘ୍ର ରୋଗୀକୁ ଦୁର୍ବଳ କରିଦେଉଥିବାରୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି ହେବାର ଆବଶ୍ୟକତା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri