ଆଭାସୀ ମାଧ୍ୟମରେ ସମୀକ୍ଷାକଲେ ଜିଲାପାଳ

ବାଲେଶ୍ୱର, ୨୩।୫(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ହେବାକୁ ଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବୁଧବାର ଆଭାସୀ ମାଧ୍ୟମରେ ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଗ୍ନିଶମ, ପୋଲିସ, ସ୍ବାସ୍ଥ୍ୟ, କୃଷି, ଉଦ୍ୟାନ କୃଷି, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଟିପିଏନଓଡିଏଲ, ସୂଚନା ଓ ଲୋକସମ୍ପର୍କ, ଶିକ୍ଷା, ବେସାମରିକ ଯୋଗାଣ, ଆଞ୍ଚଳିକ ପରିବହନ ଓ ଗ୍ରାମୀଣ ଜଳ ଯୋଗାଣ ଏବଂ ପରିମଳ ଆଦି ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।
ଜିଲା ଜରୁରୀକାଳୀନ ଅପରେଶନ ସେଣ୍ଟର, ବ୍ଲକ, ତହସିଲ ଏବଂ ସମସ୍ତ ଲାଇନ ବିଭାଗର କଣ୍ଟ୍ରୋଲ ରୁମ୍‌ର ୨୪/୭ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଆବଶ୍ୟକସ୍ଥଳେ ଉଦ୍ଧାର ଓ ସ୍ଥାନାନ୍ତର କାର୍ଯ୍ୟରେ ସହାୟତା ନିମନ୍ତେ ସମସ୍ତ ଅଗ୍ନିଶମ କେନ୍ଦ୍ର ପ୍ରସ୍ତୁତ ରହିବେ। ସମସ୍ତ ବିଡ଼ିଓ, ତହସିଲଦାର ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାର ନିର୍ବାହୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପ୍ରବଣ ଗ୍ରାମ ଓ ବାସସ୍ଥାନ ପାଇଁ ସ୍ଥାନାନ୍ତର ଯୋଜନା ପ୍ରସ୍ତୁତ କରିବା ପାଇଁ ଆଦେଶ ଦିଆଯାଇଛି। ବୃଦ୍ଧ, ଅଶକ୍ତ, ଶାରିରୀକ ଅକ୍ଷମ, ମହିଳା ଓ ଶିଶୁଙ୍କୁ ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବା ଦିଗରେ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ବୈଠକରେ ମତ ପ୍ରକାଶ କରାଯାଇଥିଲା। ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକରେ ପର୍ଯ୍ୟାପ୍ତ ଜଳଯୋଗାଣ, ଆଲୋକୀକରଣ, ପରିମଳ ବ୍ୟବସ୍ଥା ଏବଂ ମୌଳିକ ସୁବିଧା ଉପଲବ୍ଧ କରାଯିବ। ଅନ୍ୟ ସରକାରୀ କୋଠାଗୁଡ଼ିକୁ ମଧ୍ୟ ଆଶ୍ରୟସ୍ଥଳ ଭାବେ ଚିହ୍ନଟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଶୁଖିଲା ଖାଦ୍ୟ ଓ ଶିଶୁ ଖାଦ୍ୟ ସମେତ ପଯର୍‌ୟାପ୍ତ ପରିମାଣର ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯିବ। ଭ୍ରାମ୍ୟମାଣ ଡାକ୍ତରୀ ଦଳ ଓ ଗୋ-ସ୍ବାସ୍ଥ୍ୟ ଶିବିର ପାଇଁ ଆଗୁଆ ବ୍ୟବସ୍ଥା କରାଯିବ। ପ୍ରଭାବିତଙ୍କୁ ରିଲିଫ୍‌ ସାମଗ୍ରୀ ପରିବହନ ପାଇଁ ତୁରନ୍ତ ସଡ଼କ ଯୋଗାଯୋଗ ବ୍ୟବସ୍ଥାର ପୁନରୁଦ୍ଧାର ପାଇଁ ବିଶେଷ ଗୁରୁତ୍ୱ ବହନ କରୁଥିବା ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅଧିକାରୀମାନଙ୍କୁ ସେଥିପ୍ରତି ଆବଶ୍ୟକ ପଦକ୍ଷେପ ନେବା ପାଇଁ ଜିଲାପାଳ ଆଦେଶ ଦେଇଥିଲେ। ବୈଠକରେ ସମସ୍ତ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରିବା ଏବଂ ଉଦ୍ଧାର କାର୍ଯ୍ୟରେ ପିଆରଆଇ ସଦସ୍ୟ, ସ୍ବେଚ୍ଛାସେବୀ ଏବଂ ଗୋଷ୍ଠୀ ସ୍ବେଚ୍ଛାସେବୀଙ୍କୁ ସାମିଲ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଶେଷରେ ଲୋକମାନେ ଭୟଭୀତ ନ ହେବା ପାଇଁ ଏବଂ ଆବଶ୍ୟକସ୍ଥଳେ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ପାଇଁ ସରକାରୀ ଅଧିକାରୀଙ୍କ ନିର୍ଦ୍ଦେଶ ପାଳନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri