ଜିଲାପରିଷଦ ସଭାପତି ନିର୍ବାଚନ: ଗଞ୍ଜାମ ଅଞ୍ଜଳି, ଗଜପତି ଜି. ତିରୁପତି, କନ୍ଧମାଳ ନନ୍ଦିନୀ

ଛତ୍ରପୁର/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)/ ଫୁଲବାଣୀ ଅଫିସ୍‌, ୧୪ା୩: ଗଞ୍ଜାମ ଜିଲା ପରିଷଦ ସଭାପତି ଭାବେ ଅଞ୍ଜଳି ସ୍ବାଇଁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅଞ୍ଜଳି ଧରାକୋଟ ବ୍ଲକର ୩୧ ନମ୍ବର ଜୋନ୍‌ରୁ ଜିଲା ପରିଷଦ ସଭ୍ୟା ନିର୍ବାଚିତ ହୋଇଛନ୍ତି। ଜିଲା ପରିଷଦ ସଭାପତି ନିର୍ବାଚନରେ ପ୍ରସ୍ତାବକ ଭାବେ ୩ନଂ ଜୋନ୍‌ର ବିଜେଡି ଜିଲା ପରିଷଦ ସଭ୍ୟା ବି. ମନୋଜ ଦୋରା ଓ ସମର୍ଥକ ଭାବେ ୪୪ନଂ. ଜୋନର ଜିଲା ପରିଷଦ ସଭ୍ୟ କଲ୍ୟାଣୀ ପାତ୍ରଙ୍କ ସହ ଅଞ୍ଜଳି ସ୍ବାଇଁ ଜିଲା ପରିଷଦ ସଭାପତି ପଦବୀ ନିମନ୍ତେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଜଣେ ମାତ୍ର ପ୍ରାର୍ଥୀ ହୋଇଥିବାରୁ ଅଞ୍ଜଳି ସ୍ବାଇଁଙ୍କୁ ନିର୍ବାଚନ ଅଧିକାରୀ ବିଜୟୀ ଘୋଷଣା କରିଥିଲେ।
ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡ. ଗୋପବନ୍ଧୁ ଦାଶ, ଚିକିଟି ବିଧାୟିକା ଉଷା ଦେବୀ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ପୂର୍ବତନ ସାନଖେମୁଣ୍ଡି ବିଧାୟିକା ନନ୍ଦିନୀ ଦେବୀ ପ୍ରମୁଖ ସ୍ବାଇଁଙ୍କୁ ପୁଷ୍ପଗୁଛ ଦେଇ ଅଭିନନ୍ଦନ ଜଣାଇଥିଲେ।
ଜିଲା ପରିଷଦ ସଭାପତି ଭାବେ ବିଜେଡିର ଜି. ତିରୁପତି ରାଓ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଜିଲା ପରିଷଦ ସଭା ଗୃହରେ ଶାନ୍ତି ଶୃଙ୍ଖଳାରେ ନିର୍ବାଚନ ସରିଛି। ନିର୍ବାଚନରେ ଜିଲାର ସମସ୍ତ ୧୪ଜଣ ନବ ନିର୍ବାଚିତ ଜିଲା ପରିଷଦ ସଭ୍ୟ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ୧୧ଜଣ ବିଜେଡିର ହୋଇଥିବା ବେଳେ ୨ ଜଣ କଂଗ୍ରେସ ଓ ଜଣେ ଭାଜପାରୁ ଜିଲା ପରିଷଦ ହୋଇଛନ୍ତି। ତେବେ ବହୁ ମତ ପାଇଥିବା ଜି. ତିରୁପତି ରାଓ ଜିଲା ପରିଷଦ ସଭାପତି ନିର୍ବାଚିତ ହୋଇଛନ୍ତି। ଏହି ବିଜୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରିସ୍ମା। ଆଗକୁ ଦଳର ନିତି ଆଦର୍ଶ ମାନି ଜିଲାର ବିକାଶ ଧାରାକୁ ଆଗେଇ ନେବେ ବୋଲି ନବ ନିର୍ବାଚିତ ଜିଲା ପରିଷଦ ସଭାପତି କହିଛନ୍ତି ।
କନ୍ଧମାଳ ଜିଲା ବାଲିଗୁଡା ୧୫ ନଂ ଜୋନ ବିଜେଡି ପ୍ରାର୍ଥି ନନ୍ଦିନୀ ମଳିକ ଜିଲା ପରିଷଦ ସଭାପତି ହୋଇଛନ୍ତି। ଆଗରୁ ଏହି ପଦବୀ ଲାଗି ଦାବିଦାର କୁହାଯାଉଥିବା ଜୟଶ୍ରୀ କହଁରଙ୍କୁ ନିରାଶ ହେବାକୁ ପଡିଛି ା ଜିଲାର ମୋଟ ୧୮ ଜିଲା ପରିଷଦ ଜୋନରେ ବିଜେଡି ଏକାକୀ ୧୩ଟି ଅକ୍ତିଆର କରିଥିଲା। ତେଣୁ ଦଳ ଏକାକୀ ଜିଲା ପରିଷଦ ଗଠନ କରିବା ସ୍ପଷ୍ଟ ହୋଇଥିଲା। ହେଲେ କିଏ ସଭପତି ହେବେ ତାହାକୁ ନେଇ ଜିଲାରେ ଆଲୋଚନା ଜୋର ଧରିଥିଲା। ବିଜେଡି ପକ୍ଷରୁ ନନ୍ଦିନୀ ମଳିକ, କଂଗ୍ରେସରୁ ଦୀପିକା ମାଝି ଜିଲା ପରିଷଦ ସଭାପତି ଲାଗି ନାମାଙ୍କନପତ୍ର ଦାଖଲ କରିଥିଲେ ା ନନ୍ଦିନୀଙ୍କୁ ୧୩ଟି ଭୋଟ ମିଳିଥିବା ବେଳେ ଦୀପିକା ୪ଟି ଭୋଟ ପାଇଥିଲେ ା ଗୋଟିଏ ନାକଚ ହୋଇଥିଲା ା ଶେଷରେ ନନ୍ଦିନୀ ଏହି ପଦବୀ ଲାଗି ନିର୍ବାଚିତ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ କବିତା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?