ଜିଲା ପରିଷଦ, ସମିତି ସଭ୍ୟ ନିର୍ବାଚନ ଫଳାଫଳ ଘୋଷଣା କଲା ଆନ୍ଧ୍ର

ପଟ୍ଟାଙ୍ଗୀ,୧୯ା୯(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତରେ ଆନ୍ଧ୍ର ସରକାରଙ୍କ ପକ୍ଷରୁ ଗତ ଏପ୍ରିଲରେ ହୋଇଥିବା ଜିଲା ପରିଷଦ ଏବଂ ସମିତି ସଭ୍ୟ ନିର୍ବାଚନର ଫଳାଫଳ ରବିବାର ଘୋଷଣା କରାଯାଇଛି। ବିଜୟନଗରମ ଜିଲା ପ୍ରଶାସନ ପକ୍ଷରୁ ସାଲୁର ବ୍ଲକର ସରକାରୀ ଡିଗ୍ରୀ କଲେଜରେ ଭୋଟ ଗଣତି କରି ନିର୍ବାଚିତ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଆନ୍ଧ୍ର।

ତଳ ଗଞ୍ଜେଇପଦର ଗ୍ରାମର ମାଝି ଆପାଲାମ ୧୨୪ ଖଣ୍ଡ ଭୋଟ ଏବଂ ଫଗୁଣସିନେରିର କୋନେଟି ଗିନ୍ଦୋ ୩୧୧ ଖଣ୍ଡ ଭୋଟ ପାଇ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଥିବା ଜଣାପଡ଼ିଛି। ସେହିପରି ଜିଲା ପରିଷଦ ସଭ୍ୟ ଭାବେ ଆମ୍ବାଡି ଅନିଲ କୁମାର ୧୬,୩୦୫ ଖଣ୍ଡ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।

ଏହି ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବା ଦେଖି ସେତେବେଳେ ଭାଜପା, ଟିଡିପି ଓ ଜନସେନା ଦଳ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଏପ୍ରିଲ ୬ରେ ଏକ ୩ଜଣିଆ ଖଣ୍ଡପୀଠ ଏହାର ବିଚାର କରି ନିର୍ବାଚନରେ ରୋକ ଲଗାଇବାକୁ ସ୍ଥଗିତାଦେଶ ଜାରି କରିଥିଲେ। ମାତ୍ର ଆନ୍ଧ୍ର କୋଟିଆରେ ଏପ୍ରିଲ ୮ରେ ଜିଲା ପରିଷଦ ଏବଂ ସମିତି ସଭ୍ୟ ନିର୍ବାଚନ କରିଥିଲା। ହାଇକୋର୍ଟଙ୍କ ସ୍ଥଗିତାଦେଶ ଯୋଗୁ ଫଳାଫଳ ଘୋଷଣା କରିପାରି ନ ଥିଲା। ଆନ୍ଧ୍ର ହାଇକୋର୍ଟ ଗତ ସୋମବାର ଏହି ସ୍ଥଗିତାଦେଶ ଉଠାଇ ଦେବାରୁ ପ୍ରଶାସନ ଭୋଟ ଗଣତି ପ୍ରକ୍ରିୟା ଆରମ୍ଭ କରିଥିଲା। ଭୋଟ ଗଣତି ପରେ ଉପରୋକ୍ତ ବ୍ୟକ୍ତିମାନଙ୍କୁ ନିର୍ବାଚିତ ଘୋଷଣା କରିଛି। ସୂଚନାଯୋଗ୍ୟ, କୋଟିଆ ପଞ୍ଚାୟତର ତଳଗଞ୍ଜେଇପଦର, ଫଗୁଣସିନେରି ଏବଂ ଫାଟୁ ସିନେରି ଆଦି ତିନି ଗ୍ରାମକୁ ଆନ୍ଧ୍ର ତିନୋଟି ପଞ୍ଚାୟତର ମାନ୍ୟତା ଦେଇ ପୂର୍ବରୁ ସରପଞ୍ଚ ନିର୍ବାଚନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri