Posted inଖେଳ

ବିଶ୍ୱ ଚାମ୍ପିୟନ ଭାରତକୁ ହରାଇଲା ଜିମ୍ବାୱେ, ଫେଲ୍ ମାରିଲା ଯୁବ ବାହିନୀ

ନୂଆଦିଲ୍ଲୀ,୬।୭: ଟି୨୦ ବିଶ୍ୱକପରେ ଚାମ୍ପିୟନ ହେବା ପରେ ପ୍ରଥମ ମୁକାବିଲାରେ ଜିମ୍ବାୱେ ନିକଟରୁ ପରାଜୟର ସାମ୍ନା କରିଛି ଭାରତ। ୫ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ହରାରେ ସ୍ପୋଟର୍‌ସ କ୍ଲବରେ ଖେଳା ଯାଇଥିବା ବେଳେ ଭାରତ ୧୩ ରନ୍‌ରେ ହାରି ଯାଇଥିଲା। ପ୍ରଥମେ ବ୍ୟାଟିଂ କରି ଜିମ୍ବାଓ୍ବେ ୨୦ ଓଭରରେ ୯ ଉଇକେଟ ହରାଇ ୧୧୫ ରନ୍‌ କରିଥିଲା। ଜବାବରେ ଭାରତ ୧୯.୫ ଓଭରରେ ସମସ୍ତ ଉଇକେଟ ହରାଇ ୧୦୨ ରନ୍‌ କରିଥିଲା। ଭାରତ ପକ୍ଷରୁ ଅଭିଷେକ ଶର୍ମା, ରିୟାନ ପରାଗ ଓ ଧ୍ରୁବ୍‌ ଜୁରେଲ ଏହି ମ୍ୟାଚ୍‌ରେ ପଦାର୍ପଣ କରିଥିଲେ। ଅଭିଷେକ ଓ ରିୟାନଙ୍କ ପାଇଁ ଏହା ଅନ୍ତର୍ଜାତୀୟ ପଦାର୍ପଣ ହୋଇଥିବା ବେଳେ ଧ୍ରୁବ ଆଗରୁ ଟେଷ୍ଟ ଖେଳି ସାରିଛନ୍ତି।

ଜିମ୍ବାଓ୍ବେ ପକ୍ଷରୁ ଓପନର ଇନୋସେଣ୍ଟ କାଇଆ ଖାତା ଖୋଲିବା ଆଗରୁ ପ୍ୟାଭିଲିୟନ ଫେରିଥିଲେ। ତେବେ ଓ୍ବେସଲି ମାଧେଭିର(୨୧), ବ୍ରାୟାନ୍‌ ବେନେଟ୍ଟ(୨୨) ଓ ସିକନ୍ଦର ରାଜା(୧୭) ଦଳୀୟ ସ୍କୋରକୁ ୭୪ରେ ପହଞ୍ଚାଇଥିଲେ। ଶେଷ ଆଡକୁ ଉଇକେଟ କିପର କ୍ଲାଇଭ ମାଡେଣ୍ଡ(୨୯*) ଓ ଡିଅନ୍‌ ମାୟର୍ସ(୨୩)ରନ କରିବାରୁ ଜିମ୍ବାଓ୍ବେ ୧୧୫ ରନ୍‌ରେ ପହଞ୍ଚିଥିଲା। ଭାରତ ପକ୍ଷରୁ ରବି ବିଷ୍ଣୋଇ ୧୩ ରନ୍‌ରେ ୪ ଉଇକେଟ ନେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଓ୍ବାଶିଂଟନ୍‌ ସୁନ୍ଦର ୨, ମୁକେଶ କୁମାର ଓ ଆଭେଶ ଖାନ୍‌ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

୧୧୬ ରନ୍‌ର ପିଛା କରୁଥିବା ଭାରତ ନିୟମିତ ବ୍ୟବଧାନରେ ଉଇକେଟ ହରାଇ ୧୦୨ ରନ୍‌ରେ ଅଲଆଉଟ ହୋଇଥିଲା। ଦଳର ୮ ଜଣ ଖେଳାଳି ଦୁଇ ଅଙ୍କରେ ପହଞ୍ଚି ପାରି ନ ଥିବା ବେଳେ ଅଧିନାୟକ ଶୁବମନ ଗିଲ୍‌ ସର୍ବାଧିକ ୩୧ ରନ୍‌ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଓ୍ବାଶିଂଟନ୍‌ ସୁନ୍ଦର ୨୭ ଓ ଆଭେଶ ୧୬ ରନ୍‌ କରିଥିଲେ। ଜିମ୍ବାଓ୍ବେ ପକ୍ଷରୁ ଟେଣ୍ଡାଇ ଚାଟାରା ଓ ସିକନ୍ଦର ରାଜା ୩ଟି ଲେଖାଏ ଉଇକେଟ ନେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବ୍ରାୟାନ ବେନେଟ, ଓ୍ବେଲିଂଟନ୍‌ ମାସାକାଜା, ବ୍ଲେସିଂ ମୁଜାରବାନି ଓ ଲ୍ୟୁକ ଜଙ୍ଗଓ୍ବେ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri