Posted inଖେଳ

ନେଦରଲାଣ୍ଡ୍ସକୁ ୧ ରନରେ ହରାଇଲା ଜିମ୍ବାଓ୍ବେ

ହରାରେ, ୨୫ା୩ (ଏପି): ନେଦରଲାଣ୍ଡ୍ସ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚକୁ ଜିମ୍ବାଓ୍ବେ ଅନ୍ତିମ ବଲ୍‌ରେ ୧ରନରେ ଜିତିନେଇଛି। ଏଥିସହିତ ଦଳର ସିରିଜ ୧-୧ରେ ବରାବର ସ୍ଥିତିକୁ ନେଇ ଆସିଛି। ହରାରେ ସ୍ପୋଟର୍‌ସ କ୍ଲବଠାରେ ଖେଳାଯାଇଥିବା ଏହି ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଜିମ୍ବାଓ୍ବେ ୪୯.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୭୧ ରନ କରିଥିଲା। ଦଳ ପକ୍ଷରୁ ସିନ୍‌ ଓ୍ବିଲିୟମ୍ସ ୭୭, କ୍ଲାଇଭ୍‌ ମଣ୍ଡାଡେ ୫୨, ଓ୍ବେସ୍‌ଲି ମାଧେଭିରେ ୪୩ ରନ କରିଥିଲେ। ନେଦରଲାଣ୍ଡ୍ସ ତରଫରୁ ସବୁଠାରୁ ସଫଳ ବୋଲର ସାରିଜ ଅହମଦ ୪୩ରନ ବିନିମୟରେ ୫ଉଇକେଟ ଅକ୍ତିଆର କରିଥିଲେ। ୨୭୨ ରନର ବିଜୟ ଲକ୍ଷ୍ୟକୁ ପିଛା କରି ନେଦରଲାଣ୍ଡ୍ସ ନିର୍ଦ୍ଧାରିତ ଓଭରରେ ସମସ୍ତ ଉଇକେଟ ହରାଇ ୨୭୦ ରନ କରିପାରିଥିଲା। ଦଳ ପକ୍ଷରୁ ମାକ୍ସ ଓଡୋଡ୍‌ ୮୧ ଓ ଟମ୍‌ କୁପର ୭୪ରନ କରିଥିଲେ। ଜିମ୍ବାଓ୍ବେ ପକ୍ଷରୁ ସିକନ୍ଦର ରାଜା ୩ ଏବଂ ଓ୍ବେସ୍‌ଲି ମାଧଭେରେ ହ୍ୟାଟ୍ରିକ ସହ ୩ ଉଇକେଟ ଅକ୍ତିଆର କରିଥିଲେ ା ଦଳର ୩ଜଣ ବ୍ୟାଟର ରନଆଉଟ ହୋଇଥିଲେ। ହରାରେ ସ୍ପୋଟର୍‌ସ କ୍ଲବଠାରେ ଦୁଇ ଦଳ ମଧ୍ୟରେ ରୋମାଞ୍ଚକ ଭାବେ ଶେଷ ହୋଇଥିବା ଏହା ହେଉଛି ଆଉ ଏକ ମ୍ୟାଚ। ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆରେ ନେଦରଲାଣ୍ଡ୍ସ ଗୋଟିଏ ବଲ୍‌ ବାକିଥାଇ ମ୍ୟାଚ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri