ସଫଳତା ପଥରେ ଜିନ୍ଦେଗୀ ଫାଉଣ୍ଡେଶନ

ଭୁବନେଶ୍ୱର,୧୩।୯:ଗତ ୫ବର୍ଷ ମଧ୍ୟରେ ଜିନ୍ଦେଗୀ ଫାଉଣ୍ଡେଶନର ପ୍ରାୟ ୯୦ (୮୮) ଜଣ କୃତୀ ଛାତ୍ର ଡାକ୍ତର ହେବାର ଯୋଗ୍ୟତା ହାସଲ କରିଛନ୍ତି। ଏପରିକି ଭିନ୍ନ ଏକ ଚିନ୍ତାଧାରାରେ ପ୍ରତିଷ୍ଠା ହୋଇଥିବା ଜିନ୍ଦେଗୀ ଫାଉଣ୍ଡେଶନ ସଫଳତା ପଥରେ ଆଗେଇ ଚାଲିଛି। ନିକଟରେ ପ୍ରକାଶିତ ଏନ୍‌ଇଇଟି(ୟୁଜି)୨୦୨୨ର ଫଳାଫଳ ଅନୁଯାୟୀ ଜିନ୍ଦେଗୀ ଫାଉଣ୍ଡେଶନର ୨୧ଜଣ ଛାତ୍ରଙ୍କ ମଧ୍ୟରୁ ୨୦ଜଣ ଛାତ୍ର ନିଟ୍‌-୨୨ରେ କୃତକାର୍ଯ୍ୟ ହୋଇ ଡାକ୍ତରୀ ଶିକ୍ଷା ପାଇଁ ନାମ ଲେଖାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ରୋଟାରି ଭବନଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ବର୍ନ୍ଧନା କାର୍ଯ୍ୟକ୍ରମରେ ଯୋଗଦେଇ ଫାଉଣ୍ଡେଶନର ମୁଖ୍ୟ ଏ.ବି.ସିଂ ସଫଳ ୨୦ ନିଟ୍‌ ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଉକ୍ତ କୃତୀ ବିଦ୍ୟାର୍ଥୀଙ୍କ ମଧ୍ୟରେ ଯାଜପୁରର ଛାତ୍ରୀ ଅମୃତା ସାହୁ ନିଟ୍‌-୨୨ରେ ୬୩୬ ମାର୍କ ରଖିଛନ୍ତି। ସେହିଭଳି କେନ୍ଦ୍ରାପଡ଼ାର ଜଗନ୍ନାଥ ଗିରି ମଧ୍ୟ ନିଟ୍‌-୨୨ରେ ୬୩୫ ମାର୍କ ରଖିଥିବା ବେଳେ ଢେଙ୍କାନାଳର ମଳୟ କୁମାର ପ୍ରଧାନ ମଧ୍ୟ ୬୩୪ ମାର୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ଏହିପରି ୨୦ ସଫଳ ଛାତ୍ର ଭିନ୍ନ ଭିନ୍ନ ଅବସ୍ଥାରେ ସମୟ ଅତିବାହିତ କରୁଥିବା ଜିନ୍ଦେଗୀ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ବିଶିଷ୍ଟ ଶିକ୍ଷାବିତ୍‌ ଅଜୟ ବାହାଦୁର ସିଂ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri