Posted inଜାତୀୟ

କାରଗିଲ ସହ ଯୋଡି ହେବ କଶ୍ମୀର: ଜୋଜିଲା ଟନେଲର ଉଦ୍‌ଘାଟନ କଲେ ଗଡକରୀ

ନୂଆଦିଲ୍ଲୀ,୧୫ ।୧୦: ଲଦ୍ଦାଖର କାରଗିଲ ଅଞ୍ଚଳକୁ କଶ୍ମୀର ଘାଟିସହ ଯୋଡୁଥିବା ଜୋଜିଲା ଟନେଲର ନିର୍ମାଣ କାର୍ଯ୍ୟ ଗୁରୁବାରଠାରୁ ଆରମ୍ଭ କରାଯାଇଛି । ଏଥିପାଇଁ ହୋଇଥିବା ବିସ୍ଫୋଣର ପ୍ର୍ରଥମ ବଟନ ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀ କରିଛନ୍ତି । ଏହି ଟନେଲର ଲମ୍ବ ୧୪.୧୫ କିଲୋମିଟର ବୋଲି ଜଣାପଡିଛି । ସାମରିକ ଦୃଷ୍ଟି କୋଣରୁ ଏହା ଖୁବ୍ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ଏହା ଏସିଆର ସବୁଠାରୁ ଲମ୍ବା ଟନେଲ ବୋଲି କୁହାଯାଉଛି । ଏହି ଟନେଲ ନିର୍ମାଣ ହୋଇ ସାରିବା ପରେ ଲଦ୍ଦାଖର ରାଜଧାନୀ ଲେହ ଓ ଜମ୍ମୁ-କଶ୍ମୀରର ରାଜଧାନୀ ଶ୍ରୀଗନର ମଧ୍ୟରେ ବର୍ଷର ସବୁ ସମୟରେ ଯିବା ଆସିବା କରିବା ସମ୍ଭବ ହୋଇ ପାରିବ । ଏହାସହ ଦୁଇଟି ସ୍ଥାନ ମଧ୍ୟରେ ଯାତ୍ରା ସମୟରେ ୩ ଘଣ୍ଟା କମ୍ ହୋଇଯିବ । ସୂଚନାଯୋଗ୍ୟ, ୧୧,୫୭୮ ଫୁଟ ଉଚ୍ଚାତାରେ ଥିବା ଜୋଜିଲା ନଭେମ୍ବରରୁ ଏପ୍ରିଲ ପର୍ଯ୍ୟନ୍ତ ପାଖାପାଖି ୬ ମାସ ବରଫରେ ଆଚ୍ଛାଦିତ ହେଉଥିବାରୁ ଏନ୍‌ଏଚ୍‌-୧ ଅର୍ଥାତ୍ ଶ୍ରୀନଗର-କାରଗିଲ-ଲେହ ଜାତୀୟ ରାଜପଥରେ ଗମନାଗମନ ବନ୍ଦ ରହିଥାଏ । ଏହା ଏପର୍ଯ୍ୟନ୍ତ ଯାନବାହନ ଚାଳନା ପାଇଁ ସବୁଠାରୁ ବିପଦପୂର୍ଣ୍ଣ ରାସ୍ତା ବୋଲି କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri