ଜୋମାଟୋର ଘୋଷଣା: ୧୦ ମିନିଟ୍‌ରେ ପହଞ୍ଚିବ ଖାଦ୍ୟ

ନୂଆଦିଲ୍ଲୀ,୨୨।୩: ଅନଲାଇନ୍‌ ଖାଦ୍ୟ ବିତରଣ କମ୍ପାନୀ ‘ଜୋମାଟୋ’ ଗ୍ରାହକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛି। ବର୍ତ୍ତମାନ ଏହା ମାତ୍ର ୧୦ ମିନିଟରେ ଲୋକଙ୍କୁ ଖାଦ୍ୟ ଯୋଗାଇବ ବୋଲି କମ୍ପାନୀ କହିଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ନିଜେ ଏନେଇ ସୂଚନା ଦେଇଛନ୍ତି। ତେବେ ତାଙ୍କର ଏଭଳି ଘୋଷଣା ପରେ ସୋସିଆଲ ମିଡିଆରେ କମ୍ପାନୀର ନିଷ୍ପତ୍ତିକୁ ପରିହାସ କରାଯାଉଛି। କେବଳ ଶୁଣିବାକୁ ଏହା ଭଲ ଲାଗୁଛି,ବାସ୍ତବରେ ଏହା ସମ୍ଭବ ନୁହେଁ ବୋଲି ଅନେକେ କହୁଥିବା ଦେଖାଯାଉଛି।

କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଟୁଇଟ୍‌ କରି କହିଛନ୍ତି , ହାରାହାରି ବିତରଣ ସମୟ ୩୦ ମିନିଟ ବହୁତ ଧିର ହେଉଥିବା ଅନୁଭବ କଲି। ଖୁବ ଶୀଘ୍ର ଏହି ସିଷ୍ଟମ ପରିବର୍ତ୍ତନ ହେବ। ଆମେ ଯଦି ଏହାକୁ ପରିବର୍ତ୍ତନ ନ କରିବା, ଅନ୍ୟ କେହି ଏହି କାମ କରିବେ। ବଜାରରେ ରହିବାକୁ ଚାହୁଁଥିଲେ ଆପଣଙ୍କୁ ନୂଆ କିଛି କରିବାକୁ ହେବ। ତେଣୁ, ଜୋମାଟୋ ଇନଷ୍ଟା ୧୦ ମିନିଟର ଖାଦ୍ୟ ବିତରଣ ସମୟ ସହ ବଜାରକୁ ଆସିଛି।

କମ୍ପାନୀର ଏଭଳି ନିଷ୍ପତ୍ତିରେ ଗ୍ରାହକମାନେ ଖୁସି ଥିଲେ ହେଁ ଏହାକୁ ବିରୋଧ ମଧ୍ୟ କରାଯାଉଛି। ଏପରିକି ଲୋକମାନେ ସୋସିଆଲ ମିଡିଆରେ ଗୋଟିଏ ପରେ ଗୋଟିଏ ମଜାଳିଆ ମେମେ ଶେୟାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri