ଜୋନାଲ ଫରେଷ୍ଟ ସ୍ପୋଟ୍ସ ମିଟ୍‌: ଘୁମୁସର ଉତ୍ତର ବନଖଣ୍ଡ ଜିତିଲା ୩୭ ପଦକ 

ଭଞ୍ଜନଗର,୨୦।୯(ବାବୁଲା ପ୍ରଧାନ)-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଖେଳ ପଡିଆରେ ୧୯ ଓ ୨୦ ତାରିଖ ଦୁଇଦିନ ଧରି ଚାଲିଥିବା ଜୋନାଲ ଫରେଷ୍ଟ ସ୍ପୋର୍ଟସ ମିଟ୍‌ ୨୦୨୫ ଶନିବାର ସଂନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ବ୍ରହ୍ମପୁର ଓ ଭୁବନେଶ୍ୱର ସର୍କଲର ୩୨ଟି ବନଖଣ୍ଡର ଶତାଧିକ ବନରକ୍ଷୀ, ବନପାଳ, ରେଞ୍ଜର, ଏସିଏଫ୍‌ ପ୍ରମୁଖ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପଦକ ବିଜୟୀ ହୋଇଛନ୍ତି । ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡକୁ ୩୭ଟି ପଦକ ମିଳିଥିବା ଜଣାପଡିଛି। ପ୍ରଥମଥର ପାଇଁ ଏହି ବନଖଣ୍ଡ କର୍ମଚାରୀ ଜୋନାଲ ଫରେଷ୍ଟ ସ୍ପୋର୍ଟସ ମିଟ୍‌ରେ ସର୍ବାଧିକ ପଦକ ବିଜୟୀ ହୋଇଛନ୍ତି। ଯାହାକୁ ନେଇ ସମସ୍ତ କର୍ମଚାରୀ ଖୁସିବ୍ୟକ୍ତ କରିଛନ୍ତି।
ଡିଏଫଓ ହିମାଂଶୁ ଶେଖର ମହାନ୍ତି ଏବଂ ଅନ୍ୟ ଅଧିକାରୀ ମାନେ ପ୍ରତିଯୋଗିତାରେ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ।
ପ୍ରଶାନ୍ତ ବେହେରା ୪ଟି ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିବା ବେଳେ ଅନୁପ ବିଷୋୟୀ ୩ଟି,  ଶରତ ମହାନ୍ତି ୪, ଜୀନାନନ୍ଦ ତ୍ରିପାଠୀ ୩, ପି ମୋହନ ୪, ସୋନମ କହଁର ୩ , ଦିଲିପ ଦାସ ୨, ଚନ୍ଦ୍ର ଶେଖର ପାଣିଗ୍ରାହୀ ୩, ପୃଥିବୀରାଜ ପ୍ରଧାନ ୧, ମନ୍ଦିପ ଦଳେଇ ୨, ବିବେକାନନ୍ଦ ପଟ୍ଟନାୟକ ୧, ପ୍ରଶାନ୍ତ ସାହୁ ୧, ଜିତେନ୍ଦ୍ର ସେଠୀ ୧, ଗୁରୁ ନାୟକ ୧ ,ଶ୍ରିମନ ପ୍ରଧାନ ଗୋଟିଏ ପଦକ ବିଜୟୀ ହୋଇଛନ୍ତି । ପ୍ରଥମ ଦିବସରେ ବ୍ରହ୍ମପୁର ଆର୍‌ଡିସି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉଦଯାପନୀ ଉତ୍ସବରେ ଆର୍‌ସିସିଏଫ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଘୁମୁସର ଉତ୍ତର ବନଖଣ୍ଡର ପଦକ ବିଜୟୀ କର୍ମଚାରୀଙ୍କୁ ଡିଏଫ୍‌ଓ ଆଗାମୀ ଦିନରେ ସମ୍ବର୍ଦ୍ଧିତ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri