ଜୋନାଲ୍‌ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ: ଭାଗ ନେଇଛନ୍ତି ୪ ଜୋନର ୭ ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ଗଞ୍ଜାମ,୬ା୯(ବିଦ୍ୟାଧର ସାହୁ)-ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ ହାଇସ୍କୁଲ ପକ୍ଷରୁ ମିନି ଷ୍ଟାଡିୟମରେ ବ୍ଲକର ଜୋନାଲସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ ହୋଇଛି। ୪ଟି ଜୋନ ରମ୍ଭା ହାଇସ୍କୁଲ, ସୁବଳୟା ହାଇସ୍କୁଲ, ଖଣ୍ଡଦେଉଳୀ ହାଇସ୍କୁଲ ଏବଂ ଗଞ୍ଜାମ ଭାରତୀ ବିଦ୍ୟାପୀଠର ପ୍ରାୟ ୭ ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଶୁକ୍ରବାର ରମ୍ଭା ଓ ଗଞ୍ଜାମ ଜୋନ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା। ଶନିବାର ସୁବଳୟା ଓ ଖଣ୍ଡଦେଉଳି ଜୋନକୁ ନେଇ ୧୦୦ ମିଟର, ୨୦୦ ମିଟର, ୪୦୦ ମିଟର, ୮୦୦ ମିଟର ଓ ୧୫୦୦ ମିଟର ଦୌଡ଼ ପ୍ରତିଯୋଗିତା ହୋଇଛି। କବାଡି, ଲଙ୍ଗଜମ୍ପ, ହାଇଜମ୍ପ, ଶଟଫୁଟ, ଡିସ୍‌କସ୍‌ ଥ୍ରୋ ଆଦି ପ୍ରତିଯୋଗିତା ମଧ୍ୟ ହୋଇଥିଲା। ଜୋନ ସ୍ତରରେ ମନୋନୀତ କୃତୀ ପ୍ରତିଯୋଗୀ ବ୍ଲକ ସ୍ତରକୁ ଏବଂ ବ୍ଲକ ସ୍ତରର କୃତୀ ପ୍ରତିଯୋଗୀ ଜିଲା ସ୍ତରର ପ୍ରତିଯୋଗିତାରେ ଭାଗ ନେବେ ବୋଲି ଭାରତୀ ବିଦ୍ୟାପୀଠର କ୍ରୀଡା ଶିକ୍ଷକ ପ୍ରୀତି ରଞ୍ଜନ ପ୍ରଧାନ କହିଛନ୍ତି। ବିଇଓ ପ୍ରସନ ବେହେରା, ଏବିଇଓ ସଂଯୁକ୍ତା ବେହେରା ପ୍ରତିଯୋଗିତାର ଶୁଭାରମ୍ଭ କରିଥିଲେ। ଗଞ୍ଜାମ ବାଳିକା ଉଚ୍ଚ ବିଦ୍ୟାଳୟ କ୍ରୀଡା ଶିକ୍ଷୟିତ୍ରୀ ଛନ୍ଦାରାଣୀ ସାହୁ, ରାଧାକୃଷ୍ଣ ଦଳାଇ, ସୁଶାନ୍ତ ସାହୁ, ସୁରେଶ ପାତ୍ର, ହରେଶ ଚନ୍ଦ୍ର ସ୍ବାଇଁ, ସୁଧାଂଶୁ ଶେଖର ଦାସ, ଶ୍ରୀହରି, ଜନକ ଜେନା କ୍ରୀଡା ପରିଚାଳନା ଦାୟୀତବରେ ଅଛନ୍ତି। ଆସନ୍ତା ୧୫ ରୁ ୧୮ ପର୍ଯ୍ୟନ୍ତ ଜିଲାସ୍ତରୀୟ ଖୋକ ପ୍ରତିଯୋଗିତା ମିନି ଷ୍ଟାଡିୟମରେ ହେବାକୁ ସ୍ଥିର ହୋଇଛି। ଏନେଇ ଜିଲା ଶିକ୍ଷାଧିକାରୀ ଅଜୟ ପାତ୍ର, ଡିପିଇଓ ଭାଗୀରଥି ସ୍ବାଇଁ ମିନି ଷ୍ଟାଡିୟମ ପରିଦର୍ଶନ କରି ଗଞ୍ଜାମ ବ୍ଲକ ଅଞ୍ଚଳରେ ଜିଲା ସ୍ତରୀୟ କ୍ରୀଡା ପାଇଁ ଅନୁମତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?