ଦିଗପହଣ୍ଡିରେ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା: ଭାଗନେଲେ ୨୫୦ ପ୍ରତିଯୋଗୀ

ଦିଗପହଣ୍ଡି,୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋମବାର ଦିଗପହଣ୍ଡିସ୍ଥିତ ପିଏମଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ୨ ଦିନିଆ ପଦ୍ମନାଭପୁର ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ଏହି କ୍ରୀଡା ଉତ୍ସବର ଉଦ୍‌ଘାଟନୀ ସମାରୋହରେ ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ମୁଖ୍ୟ ଅତିଥି , କାର୍ଯ୍ୟର୍ନିବାହୀ ଅଧିକାରୀ ଅବିନାଶ ମିଶ୍ର ସମ୍ମାନିତ ଅତିଥି, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ , ୨ ନଂ ୱାର୍ଡ କାଉନସିଲର ସୁଶାନ୍ତ କୁମାର ପାତ୍ର , ପଦ୍ମନାଭପୁର ସ୍ଥିତ ରାଧା ଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ କବିତା ବେହେରା, ବଡଖେମୁଣ୍ଡି ହାଇସ୍କୁଲ ପ୍ରଧାନଶିକ୍ଷକ ସତ୍ୟନାରାୟଣ ଦାସ, ଦିଗପହଣ୍ଡି ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅନୀଲ କୁମାର ଦାସ ପ୍ରମୁଖ ନିମନ୍ତ୍ରିତ ଅତିଥି ଭାବେ ମଞ୍ଚାସିନ ଥିଲେ। ପଦ୍ମନାଭପୁର ଜୋନର ଆଙ୍କୋରଡା , ପଦ୍ମନାଭପୁର ଏବଂ ଦିଗପହଣ୍ଡି କ୍ଲଷ୍ଟର ଅଧିନ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ୧୭ ବର୍ଷରୁ କମ ବୟସର ୨୫୦ ପ୍ରତିଯୋଗୀ ଛାତ୍ରୀ ଛାତ୍ର ମାନଙ୍କୁ କ୍ରୀଡ଼ା ପ୍ରଦର୍ଶନ ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ଓ ପ୍ରତ୍ୟେକ ଖେଳାଳି ନିଜର ଶ୍ରେଷ୍ଠତା ପ୍ରଦର୍ଶନ କରି ଆଗକୁ ବଢିବା ପାଇଁ ଅତିଥି ବୃନ୍ଦ ପରାମର୍ଶ ଦେଇଥିଲେ ।ପ୍ରତିଯୋଗିତା ର ପ୍ରଥମ ଦିବସରେ ଛାତ୍ରୀ ଛାତ୍ରଙ୍କ ମଧ୍ୟରେ କବାଡି ଓ ଖୋ – ଖୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀ ସଭାକାର୍ଯ୍ୟରେ ସଂଯୋଜନା କରିଥିବା ବେଳେ ହାଇସ୍କୁଲ କ୍ରୀଡା ଶିକ୍ଷକ ତଥା କ୍ରୀଡ଼ା ପ୍ରତିଯୋଗିତାର ଜୋନାଲ ସମ୍ପାଦକ ଏମ ଷ୍‌ଗୌରାଙ୍ଗ ଖେଳ ପରିଚାଳନା କରିଥିଲେ । ଶିକ୍ଷୟିତ୍ରୀ ସୁଜତା ପାଢୀ , ସଙ୍ଗୀତା ସାହୁ , କ୍ରୀଡା ଶିକ୍ଷକ ଏମ. ଶୁକ୍ରୁ ରେଡ୍ଡୀ, କୈଳାସ ରେଡ୍ଡୀ, ସିମାଞ୍ଚଳ ରେଡ୍ଡୀ, ବପୁନ ରେଡ୍ଡୀଙ୍କ ସମେତ ସମସ୍ତ ବିଦ୍ୟାଳୟର ବହୁ ସଂଖ୍ୟକ ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ତାଲୁକ ଆଇନ ସହାୟତା କମିଟି ପାଳିଲା…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶୁକ୍ରବାର ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି।…

ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…

ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା…

ପଞ୍ଜିକା ସମୀକରଣ ବୈଠକରେ ବଡ଼ ନିଷ୍ପତ୍ତି: ତ୍ରୁଟିଯୁକ୍ତ ପାଞ୍ଜି ଛାପିଲେ…

ପୁରୀ,୩୦।୧ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିରରେ ୨୦୨୬-୨୭ରେ ପାଳନ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣି ଓ ଯାନିଯାତ୍ରାର ସୂଚନା ବିଭିନ୍ନ ପଞ୍ଜିକାରେ କିଭଳି ତ୍ରୁଟିଶୂନ୍ୟ ଭାବେ ପ୍ରକାଶିତ ହେବ,…

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ…

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ…

୧୩ ଫେବୃଆରୀରୁ ରାଜ୍‌ କରିବେ ଏହି ୩ ରାଶି, ଗତି ପରିବର୍ତ୍ତନ କରିବେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ

ନଅଟି ଗ୍ରହ ମଧ୍ୟରେ ସୂର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରନ୍ତି ଏବଂ ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଗ୍ରହମାନଙ୍କର ରାଜା ମଧ୍ୟ ବିବେଚନା କରାଯାଏ। ଏହା ବ୍ୟତୀତ ସୂର୍ଯ୍ୟ…

ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri