କେସିଙ୍ଗା ବ୍ଲକର ୧ ନଂ ଜୋନ୍‌ରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

କେସିଙ୍ଗା,୨୦ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର େ୧ ନଂ ଜୋନ୍‌ରେ ବିଜେଡି,କଂଗ୍ରେସ ଓ ଭାଜପା ମଧ୍ୟରେ ତ୍ରିମୁଖୀ ପ୍ରତିଦ୍ବନ୍ଦ୍ୱିତା ହେଉଛି। ଏହି ଜୋନ୍‌ରେ ୨୮ହଜାର ୪୯୯ଭୋଟର ରହିଛନ୍ତି। ଏହି ଜୋନରେ ୯ ପଞ୍ଚାୟତ ରହିଛି। ସେଗୁଡ଼ିକ ହେଲା ବେଳଖଣ୍ଡି, ସିରଜାପାଲି, ହାତୀଖୋଜ, ତୁଣ୍ଡଳା, ତୁର୍ଳାଖମନ, ନୂନମାଟ, କ୍ରଶ୍ରୁପଡ଼ା,ବିନେକେଲା, ପରଲସିଙ୍ଗା ଗ୍ରାମର ଭୋଟରମାନେ ଆସନ୍ତା ୨୪ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ଭୋଟ ଦେବେ। ଗତ ୧୦୧୭ ମସିହା ତ୍ରିସ୍ତରୀୟ ନିର୍ବାଚନରେ ଭାଜପା ପକ୍ଷରୁ ନମିତା ରାଣୀ ସାହୁ ବିଜୟୀ ହୋଇଥିଲେ। ବର୍ତ୍ତମାନର ଜିଲା ପରିଷଦ ଅଧ୍ୟକ୍ଷା ନମିତା ରାଣୀ ସାହୁ ପୁଣି ଏହି ଏକ ନମ୍ବର ଜୋନ୍‌ରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଗତ ପାଞ୍ଚ ବର୍ଷ ମଧ୍ୟରେ ଲୋକଙ୍କ ସହିତ ଠିକ୍‌ ଭାବେ ଜନସମ୍ପର୍କ ରଖି ନ ଥିବାରୁ ଚଳିତ ତ୍ରିସ୍ତରୀୟ ନିର୍ବାଚନରେ ଭୋଟରଙ୍କ ମଧ୍ୟ ଘୋର ଅସନ୍ତୋଷ ଦେଖାଦେଉଛି।
ଏହି ଜୋନ୍‌ରେ ଜାତୀୟ କଂଗ୍ରେସ ପକ୍ଷରୁ ତୁର୍ଳାଖମନ ଗ୍ରାମର ରାଜକୁମାରୀ ସରାଫ ନୂତନ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେହିପରି ଗୋଟିଏ ଗ୍ରାମରୁ ବିଜେଡିର  ଦୀପାଞ୍ଜଳି ସାହୁ ପ୍ରତିଦ୍ବନ୍ଦ୍ୱିତା କରୁଥିବାରୁ ବିଜେଡି ଦଳର ବିଶିଷ୍ଟ ରାଜ୍ୟ ସଭା ସଦସ୍ୟ ସୁଜିତ ସେଠ,  ନର୍ଲା ବିଧାୟକ ଭୂପିନ୍ଦର ସିଂ ଓ  ବିଜେଡିର କର୍ମକର୍ତ୍ତାମାନେ ଜୋରସୋରରେ ପ୍ରଚାର କରି ଆଗୁଆ ଥିବାର ଜଣାପଡ଼ିଛି।
ତେଣୁ ଆସନ୍ତା ୨୪ ତାରିଖରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟରେ ୨୮ ହଜାର ୪୯୯ ଭୋଟରଙ୍କ ହାତରେ ଏହି ତିନି ଦଳର ଭାଗ୍ୟ ବନ୍ଧାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri