ଜୋନ୍‌ସ୍ତରୀୟ କ୍ରେତା-ବିକ୍ରେତା ସମ୍ମିଳନୀ

କଟକ,୨୩।୩: ଓଡ଼ିଶା ସରକାରଙ୍କ ଉପ ମତ୍ସ୍ୟ ନିର୍ଦ୍ଦେଶକ କଟକ ଜୋନ୍‌ କଟକଙ୍କ ପକ୍ଷରୁ ବୁଧବାର ସ୍ଥାନୀୟ ସର୍ବେକ୍ଷଣ ଓ ମାନଚିତ୍ର ପ୍ରକାଶନ ସଂସ୍ଥାର ସମ୍ମିଳନୀ କକ୍ଷରେ ଏକ ଜୋନ୍‌ସ୍ତରୀୟ କ୍ରେତା-ବିକ୍ରେତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀକୁ ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ଯୁଗ୍ମ ମତ୍ସ୍ୟ ନିର୍ଦ୍ଦେଶକ ଶଶିକାନ୍ତ ଆଚାର୍ଯ୍ୟ ମତ୍ସ୍ୟ ବିଭାଗରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ସରକାରୀ ଯୋଜନା ବିଷୟରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ଏପରିକି କଟକ ଜୋନ୍‌ ଉପମତ୍ସ୍ୟ ନିର୍ଦ୍ଦେଶକ ବବିତା ମହନ୍ତ କଟକ ଜୋନ୍‌ରେ ମତ୍ସ୍ୟ ଉତ୍ପାଦନ ସହ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ସଫଳ ରୂପାୟନ ସମ୍ବନ୍ଧରେ ବିସ୍ତୃତ ଆଲୋକପାତ କରିଥିଲେ।

ଅପରପକ୍ଷରେ କେନ୍ଦ୍ରୀୟ ମଧୁରଜଳ ଗବେଷଣା ପ୍ରତିଷ୍ଠାନ କୌଶଲ୍ୟାଗଙ୍ଗର ଡ. ନଗେଶ କୁମାର ବାରିକ ମାଛର ବ୍ୟବସାୟ ଓ ପୁଞ୍ଜି ନିବେଶ ଉପରେ ବିଶେଷ ଗୁରୁତ୍ୱାରୋପ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କଟକ ଜୋନ୍‌ର ସମସ୍ତ ଜିଲାର ଜିଲା ମତ୍ସ୍ୟ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ କଟକ ଜୋନ୍‌ର ୪ଟି ଜିଲାର ବିଭିନ୍ନ ବ୍ଲକରୁ ୧୦୦ରୁ ଅଧିକ ଅଗ୍ରଣୀ ମତ୍ସ୍ୟ ଚାଷୀ, ମତ୍ସ୍ୟ ବ୍ୟବସାୟୀ, ମତ୍ସ୍ୟ ଉଦ୍ୟୋଗୀମାନେ ଅଂଶଗ୍ରହଣ କରିଥିଲେ। ପରିଶେଷରେ କଟକ ଜିଲା ମତ୍ସ୍ୟ ଅଧିକାରିଣୀ ଇତିଶ୍ରୀ ରଥ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri