Posted inଜାତୀୟ

ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜେଡପିଏମ ମୁଖ୍ୟ ଲାଲଡୁହୋମା

ନୂଆଦିଲ୍ଲୀ,୮।୧୨: ଜୋରାମ ନ୍ୟାସନାଲିଷ୍ଟ ପାର୍ଟି (ଜେଡଏନପି) ନେତା ଲାଲଡୁହୋମା ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ରାଜଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶପଥ ନେଇଛନ୍ତି।

ମଙ୍ଗଳବାର ଦିନ ଜେଡଏନପି ଲାଲଡୁହୋମାଙ୍କୁ ମୁଖ୍ୟମନ୍ତ୍ରୀ ଏବଂ କେ. ସପଦଙ୍ଗାଙ୍କୁ ଉପ ମୁଖ୍ୟମନ୍ତ୍ରୀ ଭାବରେ ମନୋନୀତ କରିଥଲେ। ଜେଡଏନପି ମିଡିଆ ସେଲ୍ ସାଧାରଣ ସମ୍ପାଦକ ଏଡି ଜୋସାଙ୍ଗଲିଆନା କହିଛନ୍ତି ଯେ ଦଳର ଉପଦେଷ୍ଟା ସଂସ୍ଥା ଭାଲ୍ ଉପ ପରିଷଦ ବୁଧବାର ଦିନ ଲାଲଡୁହୋମାଙ୍କୁ ଭେଟି ମନ୍ତ୍ରୀ ପରିଷଦ ଗଠନ ପାଇଁ ନିଷ୍ପତ୍ତି ନେଇଛନ୍ତି।

୪୦ ବିଧାୟକ ବିଶିଷ୍ଟ ମିଜୋରାମ ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ସମେତ ୧୨ ମନ୍ତ୍ରୀ ରହିବେ। ୨୦୧୯ରେ ଜେଡଏନପି ଏକ ରାଜନୈତିକ ଦଳ ଭାବେ ପଞ୍ଜୀକୃତ ହୋଇଥିବା ବେଳେ ନିକଟରେ ଶେଷ ହୋଇଥିବା ନିର୍ବାଚନରେ ୨୭ ଆସନରେ ବିଜୟୀ ହୋଇ ଦଳ ସରକାର ଗଠନ କରିଛି। ପୂର୍ବରୁ ୨୦୧୮ରେ ଦଳ ୮ ଆସନରେ ବିଜୟୀ ହୋଇଥିଲା ବେଳେ ଚଳିତ ଥର ଚମତ୍କାର ପ୍ରଦର୍ଶନ କରିଛି। ଫଳରେ ସରକାରରେ ଥିବା ମିଜୋ ନ୍ୟାସନାଲ ଫ୍ରଣ୍ଟ(ଏମଏନଏଫ) ମାତ୍ର ୧୦ ଆସନରେ ସୀମିତ ହୋଇ କ୍ଷମତାଚ୍ୟୁତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?