Posted inଜାତୀୟ

ଖୁବ୍‌ଶୀଘ୍ର ପିଲାଙ୍କୁ ଦିଆଯିବ ଟିକା: ୧ କୋଟି ଡୋଜ୍‌ କିଣିବେ ସରକାର

ନୂଆଦିଲ୍ଲୀ,୭।୧୧: ଭାରତରେ ପିଲାମାନଙ୍କୁ ଖୁବ୍‌ଶୀଘ୍ର କରୋନା ଟିକା ଦିଆଯିବ। ୧୨ ବର୍ଷ ଏବଂ ତଦୁର୍ଦ୍ଧ୍ୱ ଲୋକଙ୍କୁ ଟିକାକରଣ ପାଇଁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି। ଅହମ୍ମଦାବାଦ ସ୍ଥିତ କମ୍ପାନୀ ଜାୟଡସ କାଡିଲା ଠାରୁ ତିନି ଡୋଜ ଟିକା ‘ଜାଇକୋଭ-ଡି’ର ୧ କୋଟି ଡୋଜ କ୍ରୟ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଏହି ଟିକା ଚଳିତ ମାସରେ ଜାତୀୟ ଆଣ୍ଟି-କରୋନାଭାଇରସ ଟିକାକରଣ ଅଭିଯାନରେ ଅନ୍ତର୍ଭୁକ୍ତ ହେବ।
କମ୍ପାନୀ ଅଧିକାରୀମାନେ ମନ୍ତ୍ରଣାଳୟକୁ କହିଛନ୍ତି ଯେ, ଜାୟଡସ କାଡିଲା ମାସକୁ ୧ କୋଟି ଡୋଜ ଜାଇକୋଭ-ଡି ଯୋଗାଇବା ସ୍ଥିତିରେ ଅଛନ୍ତି। ୨୮ ଦିନର ବ୍ୟବଧାନରେ ତିନୋଟି ଡୋଜ ଦିଆଯିବ । ଦ୍ୱିତୀୟ ଡୋଜ ପ୍ରଥମ ଡୋଜର ୨୮ ଦିନ ପରେ ଏବଂ ତୃତୀୟଟି ୫୬ ଦିନ ପରେ ଦିଆଯିବ। ଦେଶରେ ବିକଶିତ ହୋଇଥିବା ଏହା ହେଉଛି ବିଶ୍ୱର ପ୍ରଥମ ଟିକା, ଯାହା ଡିଏନଏ ଆଧାରିତ ଏବଂ ବିନା ଛୁଞ୍ଚିରେ ପିଲାଙ୍କୁ ଦିଆଯିବ। ଅଗଷ୍ଟ ୨୦ରେ ଡ୍ରଗ ରେଗୁଲେଟର (ଡିସିଜିଆଇ) ଦ୍ୱାରା ଜରୁରୀକାଳୀନ ବ୍ୟବହାର ପାଇଁ ଜାଇକୋଭ-ଡି ଅନୁମୋଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?