ଅଂଶୁଘାତରେ ଜଣେ ମୃତ

ଢେଙ୍କିକୋଟ, ୬।୬(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମୁକ୍ତାପୁର ପଞ୍ଚାୟତ ମୁଦ୍ରାବେଡା ଗ୍ରାମରେ ବୁଧବାର ମଧ୍ୟାହ୍ନରେ ଅଂଶୁଘାତରେ ସୁପେଇ ମୁଣ୍ଡା (୪୭)ନାମକ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସୂଚନା ଅନୁଯାୟୀ ସୁପେଇ ଘରଠାରୁ ୧ କି.ମି. ଦୂର ଚାଲିକି ଯିବାବେଳେ ତାଙ୍କର ମୁଣ୍ଡ ବୁଲାଇଥିଲା। ସେ ଏକ ଗଛ ମୂଳରେ ଅଚେତ ଅବସ୍ଥାରେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ଗୁରୁବାର ସକାଳେ ମୃତଦେହ ବ୍ୟବଚ୍ଛଦ କରାଯିବ ବୋଲି କହିଛନ୍ତି। ତେବେ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ଫାଣ୍ଡି ଅଧିକାରୀ ସତ୍ୟନାରାୟଣ ପରିଡ଼ା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବାକୁ ଯାଇଥିଲେ ଆଦିତ୍ୟ, ଛାତରୁ ଖସି ଚାଲିଗଲା ଜୀବନ

ନୀଳଗିରି,୧୭।୯(ପ୍ରଶାନ୍ତ କୁମାର ବିଶ୍ବାଳ): ପୂଜା ପାଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ଘଟିଗଲା ଏକ ବଡ ଅଘଟଣ । ଛାତ ଉପରୁ ଖସିପଡ଼ି ଚାଲିଗଲା ଜୀବନ। ବାଲେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?