ଅକ୍ଟୋବର ୧ରୁ ଲାଗୁ ହେବ ସଂଶୋଧିତ ପେନ୍‌ସନ ନିୟମ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ଯଦି କୌଣସି ସରକାରୀ କର୍ମଚାରୀଙ୍କର ମୃତ୍ୟୁ ହୁଏ ତେବେ ତାଙ୍କର ନିକଟ ସମ୍ପର୍କୀୟଙ୍କୁ ଶେଷ ଦରମାର ବର୍ଦ୍ଧିତ ୫୦ ପ୍ରତିଶତ ହାରରେ ୧୦ ବର୍ଷ ପର୍ଯ୍ୟନ୍ତ ପାରିବାରିକ ପେନସନ ଆକାରରେ ପ୍ରଦାନ କରାଯିବ। ଏ ନେଇ କେନ୍ଦ୍ର ସରକାର କେନ୍ଦ୍ରୀୟ ପ୍ରଶାସନିକ ସେବା(ପେନସନ) ନିୟମାବଳୀ-୧୯୭୨ର ସେକ୍ସନ ୫୪ରେ ପରିବର୍ତ୍ତନ କରିଛନ୍ତି।
ପେନସନ ରୁଲ୍‌ ଅନୁଯାୟୀ କର୍ମଚାରୀ ୭ ବର୍ଷ ପୂରଣ କରିଥିଲେ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ଶେଷ ଦରମାର ୫୦ ପ୍ରତିଶତ ୧୦ ବର୍ଷ ପର୍ଯ୍ୟନ୍ତ ଦିଆଯାଇଥାଏ। ଏହା ପରେ ୩୦ ପ୍ରତିଶତ ହାରରେ ପେନସନ ଦେବାର ବ୍ୟବସ୍ଥା ରହିଛି। ତେବେ ଚାକିରି କରିବାର ୭ ବର୍ଷ ମଧ୍ୟରେ ମୃତ୍ୟୁ ହେଲେ ଶେଷ ଦରମାର ୩୦ ପ୍ରତିଶତ ପାରିବାରିକ ପେନସନ ଆକାରରେ ମଳିଥାଏ। ଏହି ପରିପ୍ରେକ୍ଷୀରେ ମୃତ କର୍ମଚାରୀଙ୍କ ସମ୍ପର୍କୀୟ ବର୍ଦ୍ଧିତ ଶେଷ ଦରମାର ୫୦ ପ୍ରତିଶତ ହାରରେ ପେନସନ ପାଇବାକୁ ଯୋଗ୍ୟ ବିବେଚିତ ହୋଇ ନ ଥାଆନ୍ତି। କେନ୍ଦ୍ର ସରକାର ହୃଦ୍‌ବୋଧ କରିଛନ୍ତି ଯେ ଜଣେ ବ୍ୟକ୍ତି ଚାକିରି ଆରମ୍ଭରେ କମ୍‌ ଦରମା ପାଇଥାଆନ୍ତି। ସେଥିପାଇଁ ମୃତ କର୍ମଚାରୀଙ୍କ ପରିବାରକୁ ବର୍ଦ୍ଧିତ ଆକାରରେ ପାରିବାରିକ ପେନସନ ଦେବାର ଆବଶ୍ୟକତା ରହିଛି। ଏହି ନୂତନ ପେନସନ ବ୍ୟବସ୍ଥା ଆସନ୍ତା ଅକ୍ଟୋବର ୧ରୁ ଲାଗୁ କରାଯିବ। ଏହି ତାରିଖର ୧୦ ବର୍ଷ ପୂର୍ବରୁ ଚାକିରିକାଳ ୭ ବର୍ଷ ପୂରଣ କରି ପାରି ନ ଥିବା ମୃତ କର୍ମଚାରୀଙ୍କ ପରିବାରଙ୍କୁ ମଧ୍ୟ ୧୦ ବର୍ଷ ଲାଗି ବର୍ଦ୍ଧିତ ହାରରେ ପାରିବାରିକ ପେନସନ ମିଳିବ । ତେବେ ଏହି ସୁବିଧା ସମ୍ପୃକ୍ତ ପରିବାର ୨୦୧୯ ଅକ୍ଟୋବର ପହିଲାରୁ ପାଇ ପାରିବେ। ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ଦୁର୍ଭାଗ୍ୟଜନକ ଭାବେ ମୃତ୍ୟୁବରଣ କରୁଥିବା କେନ୍ଦ୍ରୀୟ ସଶସ୍ତ୍ର ଆରକ୍ଷୀ ବାହିନୀ(ସିଏପିଏଫ) କର୍ମଚାରୀଙ୍କ ସମେତ ସମସ୍ତ କର୍ମଚାରୀଙ୍କ ପରିବାର ଏହି ନୂତନ ସଂଶୋଧିତ ନିୟମ ଅନୁଯାୟୀ ପେନସନ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri