Posted inଖେଳ

ଅକ୍‌ଲାଣ୍ଡରେ ଭାରତୀୟ କ୍ରିକେଟ ଦଳ

ଅକ୍‌ଲାଣ୍ଡ, ୨୨।୧(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ନ୍ୟୁଜିଲାଣ୍ଡ ଗସ୍ତରେ ଯାଇ ମଙ୍ଗଳବାର ଅକ୍‌ଲାଣ୍ଡରେ ପହଞ୍ଚିଛି। ୬ ସପ୍ତାହର ଏହି ଗସ୍ତରେ ଭାରତ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାରଠାରୁ ଏହି ସିରିଜ ଆରମ୍ଭ ହେବ। ଭାରତ ମଧ୍ୟ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଓ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ୨ଟି ଟେଷ୍ଟ ମ୍ୟାଚ୍‌ ଖେଳିବ। ଆମେ ଅକ୍‌ଲାଣ୍ଡରେ ପହଞ୍ଚିଲୁ ବୋଲି କୋହଲି ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ରେ ଉଲ୍ଲେଖ କରିଛନ୍ତି। ଶ୍ରେୟାସ ଆୟାର ଓ ଶାର୍ଦ୍ଦୂଳ ଠାକୁରଙ୍କ ସହ ଏକ ଫଟୋ ମଧ୍ୟ ପୋଷ୍ଟ କରିଛନ୍ତି।
ଉଲ୍ଲେଖଥାଉ କି, ଅଷ୍ଟ୍ରେଲିଆକୁ ୨-୧ରେ ଦିନିକିଆ ସିରିଜରେ ପରାସ୍ତ କରିବା ପରେ ଭାରତ ନ୍ୟୁଜିଲାଣ୍ଡ ଗସ୍ତ କରିଛି। ଗସ୍ତ ପୂର୍ବରୁ ନ୍ୟୁଜିଲାଣ୍ଡ ଉପରେ ଚାପ ପ୍ରୟୋଗ କରିବା ଉପରେ କୋହଲି ଗୁରୁତ୍ୱ ଦେବା କଥା କହିଛନ୍ତି। ଗତବର୍ଷ ମଧ୍ୟ ଭାରତ ନ୍ୟୁଜିଲାଣ୍ଡ ଗସ୍ତ କରିଥିଲା। ଦିନିକିଆ ସିରିଜରେ ୪-୧ରେ ବିଜୟୀ ହୋଇଥିଲେ ମଧ୍ୟ ଟି୨୦ରେ ୧-୨ ବ୍ୟବଧାନରେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri