ଅଖିଳ ଭାରତ ଡାକ ଭାରୋତ୍ତୋଳନ; ଯୁବକମାନେ ସକାରାତ୍ମକ ବିଶ୍ୱାସ ଜାଗ୍ରତ କରନ୍ତୁ : ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୩୦ା୯-ସକାରାତ୍ମକ ଆତ୍ମବିଶ୍ୱାସ ଅସଫଳ କାର୍ଯ୍ୟକୁ ମଧ୍ୟ ସଫଳତାରେ ପରିଣତ କରିଥାଏ ା ନିଜ ଭିତରେ ଥିବା ସକାରାତ୍ମକ ବିଶ୍ୱାସ ଜାଗ୍ରତ କରିବା ଆବଶ୍ୟକ। ଯୁବକଙ୍କ ଦକ୍ଷତାର କୌଣସି ନିର୍ଦ୍ଦିଷ୍ଟ ପରିଧି ନାହିଁ। ତେଣୁ ଯୁବବର୍ଗ ନିଜ ପରିଚୟ ପରିବର୍ତ୍ତେ ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ୱ ଦେବା ଆବଶ୍ୟକ ା ଡାକ ବିଭାଗର ୩୫ତମ ସର୍ବଭାରତୀୟ ଭାରୋତ୍ତୋଳନ, ଶକ୍ତି ଉତ୍ତୋଳନ ଏବଂ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାର ଉଦ୍‌ଯାପନୀ ଉତ୍ସବରେ ରବିବାର ଯୋଗଦେଇ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହା କହିଛନ୍ତି।
ହିଲ୍‌ପାଟଣାସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ୪ ଦିନ ଧରି ଚାଲିଥିବା ଡାକ ବିଭାଗର ୩୫ତମ ସର୍ବଭାରତୀୟ ଭାରୋତ୍ତୋଳନ, ଶକ୍ତି ଉତ୍ତୋଳନ ଏବଂ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ରବିବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି ା ଉଦ୍‌ଯାପନୀ ଉତ୍ସବରେ ରାଜ୍ୟପାଳ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ ା ବ୍ରହ୍ମପୁର ଏମ୍‌ପି ଚନ୍ଦ୍ର ଶେଖର ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଭାରୋତ୍ତୋଳନ ଓ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତା ସହ ଯୋଡି ହୋଇ ରହିଥିବା ବ୍ରହ୍ମପୁରର ଐତିହ୍ୟ ଉପରେ ଆଲୋକପାତ କରିଥିଲେ ା ସମ୍ବଲପୁର ଜିଲା ଡାକପାଳ ଲଳିିତେନ୍ଦୁ ପ୍ରଧାନ, ମୁଖ୍ୟ ଡାକପାଳ ଡ. ସନ୍ତୋଷ କୁମାର କାମିଲା, ବ୍ରହ୍ମପୁର ମଣ୍ଡଳ ମହାଡାକପାଳ କଲୋନେଲ ଜଳେଶ୍ୱର କହଁର ପ୍ରମୁଖ ମଞ୍ଚାସୀନ ଥିଲେ ା ଏହି ଅବସରରେ ୧୯୨୧ରେ ଗାନ୍ଧିଜୀଙ୍କ ପ୍ରଥମ ବ୍ରହ୍ମପୁର ଗସ୍ତ ସ୍ମୃତି ଉପଲକ୍ଷେ ସେ ରହିଥିବା ମଧୁମନ୍ଦିର ପ୍ରତିଛବିର ଏକ ଲଫାପାକୁ ରାଜ୍ୟପାଳ ଉନ୍ମୋଚନ କରିଥିଲେ ା ତେବେ ଏହି ପ୍ରତିଯୋଗିତାରେ ଭାରୋତ୍ତଳନରେ ରାଜସ୍ଥାନ ସର୍କଲ ଚାମ୍ପିୟନ ହୋଇଥିବା ବେଳେ ଶ୍ରେଷ୍ଠ ଭାରୋତ୍ତୋଳନକାରୀ ଭାବେ ରାଜସ୍ଥାନର କପିଲଦେବ ରାଠୋର ପୁରସ୍କୃତ ହୋଇଥିଲେ। ଶକ୍ତି ଉତ୍ତୋଳନରେ ତାମିଲନାଡୁ ସର୍କଲ ଚାମ୍ପିୟନ ହୋଇଥିବା ବେଳେ ଶ୍ରେଷ୍ଠ ଶକ୍ତି ଉତ୍ତୋଳନକାରୀ ଭାବେ ମଧ୍ୟପ୍ରଦେଶର ଶୈଳେନ୍ଦ୍ର ସେବାତିଆ ପୁରସ୍କୃତ ହୋଇଥିଲେ ା ସେହିପରି ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଓଡିଶା ପୋଷ୍ଟାଲ ସର୍କଲ ରନର୍ସଅପ ହୋଇଥିବା ବେଳେ ଓଡିଶା ସର୍କଲର ବିଶ୍ୱଜିତ ପ୍ରତିହାରୀ ଶ୍ରେଷ୍ଠ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗୀ ଭାବେ ପୁରସ୍କୃତ ହୋଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri