ଅଗଷ୍ଟ କ୍ରାନ୍ତି ଦିବସ ପାଳିତ: ‘ସଂଗ୍ରାମୀଙ୍କ ପଥ ଅନୁସରଣ କର’

ଭୁବନ, ୯।୮(ଡି.ଏନ.ଏ.)-ଭୁବନ ହେଉଛି ସଂଗ୍ରାମୀଙ୍କ ମାଟି। ସର୍ବକନିଷ୍ଠ ଶହୀଦ ବାଜି ରାଉତଙ୍କ ବଳିଦାନ ସ୍ବାଧୀନତା ସଂଗ୍ରାମ ଇତିହାସରେ ଲିପିବଦ୍ଧ। ଏହି ମାଟିର ସନ୍ତାନ ହୋଇ ଆମେ ଇତିହାସକୁ ଭୁଲିଯିବା ଅନୁଚିତ। ଦେଶମାତୃକାର ସେବାରେ ପ୍ରାଣବଳି ଦେଇଥିବା ବୀର ସଂଗ୍ରାମୀଙ୍କ ପଥ ଅନୁସରଣ କଲେ ଏହା ହିଁ ସେମାନଙ୍କ ପ୍ରତି ଯଥାର୍ଥ ସମ୍ମାନ ହେବ ବୋଲି କହିଛନ୍ତି ଅବସରପ୍ରାପ୍ତ ବାୟୁସେନା କର୍ମଚାରୀ ପ୍ରଫୁଲ୍ଲ କୁମାର ଦାସ। ସ୍ଥାନୀୟ ବାଜି ରାଉତ ସ୍ମୃତି ମହାବିଦ୍ୟାଳୟରେ ଶୁକ୍ରବାର ଅନୁଷ୍ଠିତ ଅଗଷ୍ଟ କ୍ରାନ୍ତି ଦିବସ ଆଲୋଚନାଚକ୍ରରେ ଅତିଥିଭାବେ ଯୋଗଦେଇ ସେ ଯୁବପିଢ଼ିଙ୍କ ଉଦ୍ଦେଶ୍ୟରେ ଏହା କହିଛନ୍ତି।

କଲେଜ ଅଧ୍ୟକ୍ଷ କିଶୋର ଚନ୍ଦ୍ର ଦାସଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବାଜି ରାଉତଙ୍କ ପୁତୁରା କୁଳମଣି ରାଉତ, ସଂଗ୍ରାମୀ ରଘୁ ନାୟକଙ୍କ ଦାୟାଦ ତରଣୀ ସେନ ନାୟକ, ଅବସରପାପ୍ତ ସେନା କର୍ମଚାରୀ ସୋମନାଥ ଦାସ, ରବିନାରାୟଣ ନାୟକ ଅନ୍ୟତମ ଅତିଥି ଭାବେ ମଞ୍ଚାସୀନ ଥିଲେ। ସୀମାନ୍ତରେ ମୁତୟନ ବୀର ଯବାନଙ୍କ ଦେଶସେବାର ପଟାନ୍ତର ନାହିଁ। ସେମାନେ ଅଛନ୍ତି ବୋଲି ଆମେ ଶାନ୍ତିରେ ଶୋଇପାରୁଛେ। ସେମାନଙ୍କ ନୀତିଆଦର୍ଶକୁ ଅନୁସରଣ କଲେ ଦେଶ ବିକାଶର ଶିଖର ଛୁଇଁବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।
ଏହି ଅବସରରେ କଲେଜ ପରିସରରେ ଥିବା ବାଜି ରାଉତ, ସୁବାସ ଚନ୍ଦ୍ର ବୋଷ, ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। କଲେଜର ବହୁ ଛାତ୍ରୀଛାତ୍ର, କର୍ମଚାରୀ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ। ବାଜିସେନାର ସଭାପତି କମଳଲୋଚନ ମହାରଣା ସ୍ବାଗତ ଭାଷଣ ଏବଂ ଲାଇବ୍ରେରିଆନ ନନ୍ଦକିଶୋର ସାହୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି।…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri