ଅଗଷ୍ଟ ୧୫ରେ କାର୍ଯ୍ୟକାରୀ ହେବ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ

କଟକ ଅଫିସ, ୨୬।୭ : କଟକ ମହାନଗର ନିଗମ (ସିଏମ୍‌ସି) ଅଞ୍ଚଳରେ ଦିନକୁ ଦିନ ବଢୁଛି ଆବର୍ଜନା। ଏହାକୁ ଦୃଷ୍ଟିରେ ରଖି ପ୍ରତିଘରୁ ଯେପରି ଭାବେ ଆବର୍ଜନା ସଂଗ୍ରହ କରାଯିବ ସେ ନେଇ ସିଏମ୍‌ସି ଚେଷ୍ଟା ଜାରି ରଖିଛି। ସହରରେ ବଢୁଥିବା ଆବର୍ଜନାକୁ ଦୃଷ୍ଟିରେ ବିଏସ୍‌ଏନ୍‌ଏଲ୍‌, ସିଏମ୍‌ସି ଏବଂ ୟୁଏନ୍‌ଡିପିର ମିଳିତ ସହଭାଗିତାରେ ମହାନଦୀବିହାର ବିଏସ୍‌ଏନ୍‌ଏଲ କଲୋନୀରେ ୧୩ ଲକ୍ଷ ଟଙ୍କା ବ୍ୟୟରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ ନିର୍ମାଣ କରାଯିବ। ଏହି ପ୍ଲାଣ୍ଟରେ ପ୍ରତିଦିନ ୧୦୦ କେଜି ବର୍ଜ୍ୟବସ୍ତୁ ପରିଚାଳନା କରାଯାଇପାରିବ। ଏହି ପ୍ଲାଣ୍ଟକୁ ଚଲାଇବା ନିମନ୍ତେ ୩ ଜଣ ସୁଇପରଙ୍କୁ ତାଲିମ ଦିଆଯିବ। ବିଏସ୍‌ଏନ୍‌ଏଲ୍‌ କଲୋନୀର ସମସ୍ତ ଘରୁ ବାହାରୁଥିବା ଆବର୍ଜନା ଏହି ପ୍ଲାଣ୍ଟରେ ପ୍ରୋସେସିଂ କରାଯାଇ ଜୈବିକ ଖତରେ ପରିଣତ କରାଯିବ। ଏହି ଖତ ବିଭିନ୍ନ କାର୍ଯ୍ୟରେ ଲାଗିବ ବୋଲି ସିଏମ୍‌ସି ସେକ୍ରେଟାରୀ ଲତାଶ୍ରୀ ବାଗ କହିଛନ୍ତି। ଏ ନେଇ ଗୁରୁବାର ବିଜୁଭବନଠାରେ ସିଏମସି କମିଶନର ଅନନ୍ୟା ଦାସଙ୍କ ନେତୃତ୍ୱରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଗଷ୍ଟ ୧୫ରେ ପ୍ଲାଣ୍ଟ କାର୍ଯ୍ୟକାରୀ, ଆବର୍ଜନା ସଂଗ୍ରହ, ଲୋକଙ୍କୁ ସଚେତନ କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା। ଏହି ବୈଠକରେ ସେକ୍ରେଟାରୀ ଲତାଶ୍ରୀ ବାଗଙ୍କ ସମେତ ୟୁଏନ୍‌ଡିପି ପକ୍ଷରୁ ପ୍ରଦୀପ୍ତ ମହାନ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri