ଅଗଷ୍ଟରେ ଜିଏସ୍‌ଟି ସଂଗ୍ରହ ୧.୪୩ ଲକ୍ଷ କୋଟି

ନୂଆଦିଲ୍ଲୀ,୨।୯:ଦେଶର ଅର୍ଥନୀତିକୁ ସୁଦୃଢ଼ କରିବା ପାଇଁ ସରକାର ଟିକସ ଆଦାୟକୁ ଗୁରୁତ୍ୱ ଦେଇ ଆସିଛନ୍ତି। ଫଳରେ କ୍ରମାଗତ ଭାବେ ଟିକସ ଆଦାୟ ପୂର୍ବ ଅପେକ୍ଷା ଅଧିକ ହୋଇଥିବା ସରକାର ମଧ୍ୟ ସ୍ବୀକାର କରିଛନ୍ତି। ବିଶେଷକରି ଏକକ ଟିକସ ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ପ୍ରଚଳନ ହେବାଠାରୁ ଟିକସ ସଂଗ୍ରହ ମଧ୍ୟ ପ୍ରତି ମାସ ବୃଦ୍ଧି ପାଉଛି। ଏପରିକି ଗୁରୁବାର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଚଳିତ ବର୍ଷ ଅଗଷ୍ଟରେ ଦେଶର ଜିଏସ୍‌ଟି ରାଜସ୍ବ ସଂଗ୍ରହ ୧.୪୩ ଲକ୍ଷ କୋଟରୁ ଅଧିକ ହୋଇଛି। ଏପରିକି କ୍ରମାଗତ ୬ଷ୍ଠ ମାସ ପାଇଁ ୧.୪ ଟ୍ରିଲିୟନରୁ ଅଧିକ ଜିଏସ୍‌ଟି ସଂଗ୍ରହ ରାଶି ରହିଛି। ହେଲେ ଚଳିତ ବର୍ଷ ଜୁଲାଇର ଜିଏସ୍‌ଟି ରାଜସ୍ବ ସଂଗ୍ରହ ୧.୪୯ ଲକ୍ଷ କୋଟି ତୁଳନାରେ ୪% କମ୍‌ ରହିଛି। କିନ୍ତୁ ୨୦୨୧ ଅଗଷ୍ଟ ତୁଳନାରେ ଏହା ୨୮% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୨୦୨୧ ଅଗଷ୍ଟରେ ଜିଏସ୍‌ଟି ସଂଗ୍ରହ ୧.୧୨ ଟ୍ରିଲିୟନ ହୋଇଥିଲା।
ଚଳିତ ବର୍ଷ ଅଗଷ୍ଟ ମାସରେ ସଂଗ୍ରହ ହୋଇଥିବା ମୋଟ ୧,୪୩,୬୧୨ କୋଟିର ଜିଏସ୍‌ଟି ମଧ୍ୟରୁ କେନ୍ଦ୍ରୀୟ ଜିଏସ୍‌ଟି ୨୪,୭୧୦ କୋଟି ଟଙ୍କା ରହିଥିବା ବେଳେ ରାଜ୍ୟ ଜିଏସ୍‌ଟି ୩୦,୯୫୧ କୋଟି ଟଙ୍କା ରହିଛି। ସେହିଭଳି ଇଣ୍ଟିଗ୍ରେଟେଡ୍‌ ଜିଏସ୍‌ଟି ବାବଦକୁ ୭୭,୭୮୨ କୋଟି ଟଙ୍କା ଆଦାୟ ହୋଇଥିବା ବେଳେ ସେସ୍‌ ବାବଦକୁ ମୋଟ ୧୦,୧୬୮ କୋଟି ଟଙ୍କା ଅନ୍ତର୍ଭୁକ୍ତ ରହିଛି ବୋଲି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ଚଳିତ ବର୍ଷ ଅଗଷ୍ଟରେ ଓଡ଼ିଶାରେ ଜିଏସ୍‌ଟି ସଂଗ୍ରହ ୧୭% ବୃଦ୍ଧି ପାଇ ୩୮୮୪ କୋଟିରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri