ଅଗ୍ନିବିପନ୍ନ ପରିବାରଙ୍କୁ ଭେଟିଲା ବ୍ଲକ ପ୍ରଶାସନ

ବନ୍ତ,୧୮।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ବସନ୍ତିଆ ପଞ୍ଚାୟତ ମନୋହରପୁର ଗ୍ରାମର ୪ ଅଗ୍ନିବିପନ୍ନ ପରିବାରଙ୍କୁ ବ୍ଲକ ଅଧ୍ୟକ୍ଷ ଦେବେନ୍ଦ୍ର କୁମାର ଜେନା, ବିଡିଓ ରେବେକା ବିଲୁଙ୍ଗ ଓ ସରପଞ୍ଚଙ୍କ ପ୍ରତିନିଧି ନିମାଇଁ ଜେନା ଭେଟି ସମବେଦନା ଜଣାଇବା ସହିତ ସରକାରୀ ସହାୟତା ସମ୍ପର୍କରେ ଆଲୋଚନା କରିଥିଲେ। ସଂପୃକ୍ତ ଅଗ୍ନିବିପନ୍ନ ପରିବାରଙ୍କୁ ପଞ୍ଚାୟତ ତରଫରୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଜିଲା ପ୍ରଶାସନ ପକ୍ଷରୁ ବିପନ୍ନ ପରିବାରଙ୍କୁ ତୁରନ୍ତ ସରକାରୀ ସହାୟତା ପ୍ରଦାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଉଲ୍ଲେଖ ଯେ, ଗତ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟି ୪ଟି ପରିବାରର ଗୃହ ସମେତ ସମସ୍ତ ଆସବାବପତ୍ର ଜଳି ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର,୪।୭(ସୁନିତ୍‌ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍‌ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପରିବେଶର ସନ୍ତୁଳନ ରକ୍ଷା ନିହାତି ଆବଶ୍ୟକ: ଔଷଧୀୟ ଚାରା ରୋପଣ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୭ତମ ବନ ମହୋତ୍ସବ ସପ୍ତାହ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri