ଅଗ୍ରୀମ ଦରମା ନେବାକୁ ମନାକଲେ ଭିମସାର ଡାକ୍ତର

ସମ୍ବଲପୁର, ୩୦।୩ (ବ୍ୟୁରୋ)-କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷେ ନିଷ୍ଠାପର ସେବା ପାଇଁ ସ୍ବାସ୍ଥ୍ୟ ବିଭାଗ ଡାକ୍ତର, କର୍ମଚାରୀଙ୍କୁ ୪ ମାସର ଅଗ୍ରୀମ ଦରମା ଦେବାକୁ ଘୋଷଣା କରିଛନ୍ତି । ହେଲେ ଏଭଳି ସ୍ଥିତିରେ ବୀରସୁରେନ୍ଦ୍ର ସାଏ ମେଡିକାଲ ଆଣ୍ଡ ରିସର୍ଜ ସେଣ୍ଟର (ଭିମସାର) ଡାକ୍ତରମାନେ ମାନବିକତା ଦେଖାଇଛନ୍ତି। ପ୍ରାୟ ୨୪ଜଣ ଡାକ୍ତରଙ୍କ ସ୍ବାକ୍ଷରତପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ଏଥିରେ ସେମାନେ ଉଲ୍ଲେଖ କରିଛନ୍ତି ଯେ, ସରକାର ଘୋଷଣାକୁ ସ୍ବାଗତ କରିଛୁ। ହେଲେ ସଙ୍କଟର ଏହି ସମୟରେ ଆମକୁ ଅଗ୍ରୀମ ଦରମା ଦିଆ ନ ଯାଉ । ଏକସମୟରେ ଏଭଳି ଦରମା ଦେଲେ ରାଜ୍ୟ ସରକାରଙ୍କ ଆର୍ଥିକ ବୋଝ ବଢ଼ିଯିବ। ନିୟମିତ ଭାବେ ଯେଭଳି ଦରମା ଦିଆଯାଉଥିଲା ସେହିଭଳି ଦିଆଯାଉ। ଡାକ୍ତରଙ୍କୁ ମାକ୍ସ, କରୋନା ମୁକାବିଲା ପାଇଁ ସୁରକ୍ଷା ସାମଗ୍ରୀ ଯୋଗାଇ ଦେବାକୁ ସ୍ମାରକପତ୍ରର ଉଲ୍ଲେଖ କରାଯାଇଛି। ସିନିୟର ଡା. ଶଙ୍କର ରାମଚନ୍ଦାନୀ, ବଳଦେବ କୌର, ଜିତେନ୍ଦ୍ର କୁମାର ପାଣିଗ୍ରାହୀ, ସୁମନ କୁମାର ସାହୁ, ବଳରାମ ଖମାରୀ, ଅନୀଲ ଦେ, ବିଜୟ କୁମାର ଦୋରା ପ୍ରମୁଖଙ୍କ ଏଥିରେ ସ୍ବାକ୍ଷର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri