ଅଘୋଷିତ ବିଦ୍ୟୁତକାଟ: ପ୍ରତିବାଦରେ ସେସୁ କାର୍ଯ୍ୟାଳୟ ଘେରାଉ

ବଇଣ୍ଡା,୩୧।୭(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ବିଦ୍ୟୁତ୍‌ ସବୁଷ୍ଟେଶନ ଅଧୀନରେ ଥିବା ଧଉରାପାଲି, ଜଏରାଟ, ସଞ୍ଜାମୁରା, ହିମିତିରା, ଆମ୍ବପାଳ, ଅଙ୍ଗପଡ଼ା, ଉରୁକୁଳା, ଧଉରପାଳ ଆଦି ପଞ୍ଚାୟତରେ ଅଘୋଷିତ ବିଦ୍ୟୁତକାଟ ହେଉଛି। ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଅଞ୍ଚଳବାସୀ ବହୁବାର ବିଦ୍ୟୁତ ବିଭାଗର ଉଚ୍ଚ ପଦାଧିକାରୀଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା। ଏହାର ପ୍ରତିବାଦରେ ବୁଧବାର କିଶୋରନଗର ଏସୟୁସିଆଇ(କମ୍ୟୁନିଷ୍ଟ) ପକ୍ଷରୁ ଧଉରାପାଲିଠାରେ ଥିବା ସେସୁ ବିଭାଗର ବିଦ୍ୟୁତ୍‌ ସବ ଷ୍ଟେଶନକୁ ଘେରାଉ କରାଯାଇଥିଲା। ଧଉରାପାଲି ଗ୍ରାମରୁ ଏକ ଶୋଭାଯାତ୍ରାରେ ଏସୟୁସିଆଇର ସଦସ୍ୟମାନେ ବାହାରି ସବଷ୍ଟେଶନ ପରିସରକୁ ଆସି ଘେରାଉ କରିଥିଲେ। ପରେ ସେଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। କମ୍ୟୁନିଷ୍ଟର ତୀର୍ଥବାସୀ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭାରେ ପୂର୍ବତନ ସରପଞ୍ଚ ରମଣୀରଞ୍ଜନ ପ୍ରଧାନ, ଜୀବନଜୀବିକା ଓ ଜମି ସୁରକ୍ଷା କମିଟି ସଭାପତି ଦିନବନ୍ଧୁ ପ୍ରଧାନ, ଲକ୍ଷ୍ମଣ ବେହେରା, ପିତାମ୍ବର ପ୍ରଧାନ, ରବିନ୍ଦ୍ର ସାହୁ, ବିଜୟ ରଥ, ଚେରୁ ପ୍ରଧାନ, ସରୋଜ ନାୟକ ପ୍ରମୁଖ ଯୋଗ ଦେଇଥିଲେ।
ଏସୟୁସିଆଇ ପକ୍ଷରୁ କୁହାଯାଇଛି, ଏହି ଅଞ୍ଚଳରେ କୌଣସି କାମ ନ ଥାଇ ବାରମ୍ବାର ବିଦ୍ୟୁତକାଟ କରାଯାଉଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ କାଟ ଯୋଗୁ ସା ସମୟରେ ଲୋ ଭୋଲଟେଜ ସମସ୍ୟା ଦେଖାଦେଉଛି। ଏଥିଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢାରେ ବ୍ୟାହତ ସୃଷ୍ଟି ହେଉଛି। ସେହିପରି ଏନ୍‌ଜେନ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ ଲୋକଙ୍କୁ ଠିକ ଭାବେ ସେବା ମିଳିପାରୁ ନାହିଁି। ସାମାନ୍ୟ ବର୍ଷା ହେଲେ ବିଦ୍ୟୁତ ବିଚ୍ଛିନ୍ନ କରି ଦିଆଯାଉଛି। ତୁରନ୍ତ ବିଦ୍ୟୁତ୍‌ କାଟ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏ ନେଇ ଏକ ୪ ଦଫା ସମ୍ବଳିତ ଦାବିପତ୍ର ବାମୁର କନିଷ୍ଠ ଯନ୍ତ୍ରୀ ଲିଙ୍ଗରାଜ ବେହେରାଙ୍କ ଜରିଆରେ ସେସୁ ନିର୍ବାହୀ ଯନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ଶାନ୍ତିଶୃଙ୍ଖଳା ପାଇଁ କିଶୋରନଗର ଆଇଆଇସି ପ୍ରତିଭା ମାଝିଙ୍କ ସମେତ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ଏ ନେଇ କନିଷ୍ଠ ଯନ୍ତ୍ରୀ ବେହେରା କହିଛନ୍ତି, ରାତିରେ ବିଦ୍ୟୁତ ତାରେ କିଛି ଅସୁବିଧା ହେଲେ କର୍ମଚାରୀ ନ ଥିବା ଯୋଗୁ କାମ କରି ହେଉ ନାହିଁ। ସେଥିପାଇଁ ବିଦ୍ୟୁତ ବିଭ୍ରାଟ ଲାଗିଛି। ତୁରନ୍ତ ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri