ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ରାସ୍ତାରୋକୋ

ନିମାପଡ଼ା, ୯।୬(ଡି.ଏନ୍‌.ଏ.)-ନିମାପଡ଼ା ବ୍ଲକ ଅନ୍ତର୍ଗତ ବ୍ୟବସାୟିକ ପେଣ୍ଠସ୍ଥଳୀ ଚାରିଛକ ବଜାର ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ରବିବାର ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିବା ସହ ଦୀର୍ଘ ସମୟ ଧରି ଆନ୍ଦୋଳନ କରିଥିଲେ। ରାସ୍ତାରୋକୋ ଯୋଗୁ ନିମାପଡ଼ା-କାକଟପୁର ଓ କାକଟପୁର-ନିଆଳୀ ରାସ୍ତାରେ ଯାନବାହନ ଚଳାଚଳ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଥିଲା। ଉଭୟ ପାର୍ଶ୍ୱରେ ଶହ ଶହ ସଂଖ୍ୟାରେ ଯାନବାହନ ଅଟକି ରହିଥିଲା।
ଏହି ଅବରୋଧରେ ଚାରିଛକ ବଜାର କମିଟି ଓ ଶତାଧିକ ସ୍ଥାନୀୟ ଲୋକେ ସାମିଲ ହୋଇଥିଲେ। ବାତ୍ୟାର ଦୀର୍ଘ ଦିନ ପରେ ଚାରିଛକ ବଜାରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିଲେ ବି ଦୈନିକ ସକାଳୁ ବିଦ୍ୟୁତ୍‌ କାଟ କରାଯାଇ ରାତି ୯ଟାରେ ବିଦ୍ୟୁତ୍‌ ସଂଯୋଗ ଦିଆଯାଉଛି। ଦିନ ଏବଂ ସନ୍ଧ୍ୟା ସମୟରେ ବିଦ୍ୟୁତ୍‌ ରହୁ ନ ଥିବାରୁ ବ୍ୟବସାୟିମାନେ ହଟହଟା ହେଉଥିବାବେଳେ ଚାରିଛକ ଡାକ୍ତରଖାନାରେ ରୋଗୀମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖଦେଇଥିଲା। ପ୍ରତିବାଦରେ ଚାରିଛକ ବ୍ୟବସାୟୀ ସଂଘ ସଭାପତି ସନ୍ତୋଷ ପ୍ରଧାନଙ୍କ ନେତୃତ୍ୱରେ ଶତାଧିକ ବ୍ୟବସାୟୀ ଓ ସ୍ଥାନୀୟ ଲୋକେ ଏହି ରାସ୍ତାରୋକୋରେ ସାମିଲ ହୋଇଥିଲେ। ଖବର ପାଇ ଚାରିଛକ ଫାଣ୍ଡି ଅଧିକାରୀ ପ୍ରମୋଦ ସେଠୀ ଘଟଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲେ। ବିଦ୍ୟୁତ୍‌ କାଟ ଓ ବିଦ୍ୟୁତ୍‌ ବିଭ୍ରାଟ ରୋକାଯିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ନିଆଯିବା ସହ ୨୪ଘଣ୍ଟିଆ ବିଦ୍ୟୁତ୍‌ ସେବା ଯୋଗାଇଦେବା ପାଇଁ ବ୍ୟବସ୍ଥା କରିବାକୁ କନିଷ୍ଠ ଯନ୍ତ୍ରୀ ଟେଲିଫୋନରେ ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକ ହଟିଥିଲା।
ଫଟୋ କ୍ୟାପସନ୍‌-ଚାରିଛକ ମୁଖ୍ୟ ବଜାରଠାରେ ଶତାଧିକ ବ୍ୟବସାୟୀ ରାସ୍ତାରୋକୋ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri