ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁ ଜନ ଅସନ୍ତୋଷ : ଅନ୍‌ଲାଇନ ଆବେଦନରୁ ବଞ୍ଚିତ ପ୍ରାର୍ଥୀ

ନିରାକାରପୁର,୨୬ା୭(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ବିଦ୍ୟୁତ୍‌ ସବ୍‌ଡିଭିଜନ ଅଧୀନ ନିରାକାରପୁର ସେକ୍‌ଶନରେ ବିଦ୍ୟୁତ୍‌ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ବର୍ତ୍ତମାନ ବର୍ଷାଋତୁ ଚାଲିଥିଲେ ମଧ୍ୟ କମ୍‌ ପରିମାଣରେ ବା ଆଦୌ ବର୍ଷା ହେଉ ନ ଥିବାରୁ ଗ୍ରୀଷ୍ମଋତୁ ଭଳି ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଏଭଳି ପରିସ୍ଥିତିରେ ଅଘୋଷିତ ଭାବେ ଦୈନିକ ୮ରୁ ୧୦ ଘଣ୍ଟା ବିଦ୍ୟୁତ୍‌ କାଟ ଯୋଗୁ ଜନ ଅସନ୍ତୋଷ ଦେଖାଦେଇଛି। ଏହାବ୍ୟତୀତ ସେନାବାହିନୀ, କଲେଜ୍‌ରେ ନାମଲେଖା ଏବଂ ଅନ୍ୟାନ୍ୟ ପରୀକ୍ଷା ନିମନ୍ତେ ଅନ୍‌ଲାଇନ୍‌ରେ ଆବେଦନ କାର୍ଯ୍ୟ ଜାରି ରହିଥିବାରୁ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ କାଟ, ବିଭ୍ରାଟ ଯୋଗୁ ଛାତ୍ରୀଛାତ୍ର ଓ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ପ୍ରାର୍ଥୀ ବିଦ୍ୟୁତ୍‌ ବ୍ୟାଘାତ ଯୋଗୁ ଅନ୍‌ଲାଇନ ଆବେଦନରୁ ବଞ୍ଚିତ ହେଉଛନ୍ତି। ସୂଚନାଯୋଗ୍ୟ, ଏ ଅଞ୍ଚଳରେ ବିଦ୍ୟୁତ୍‌ ସେବା ଫେଡ଼୍‌କୋ ଯୋଗାଉଥିବାବେଳେ ସେସୁ ମୁଖ୍ୟ ଲାଇନ୍‌ ସେବା ଯୋଗାଉଛି। ତେଣୁ ବିଦ୍ୟୁତ୍‌ କାଟ ପରେ ଯଦି ଉକ୍ତ ୨ ସଂସ୍ଥାକୁ ଗ୍ରାହକଟିଏ ଫୋନ୍‌ କରନ୍ତି ତେବେ କେହି କଲ୍‌ ରିସିଭ୍‌(ଫୋନ୍‌ ନ ଉଠାଇବା) କରୁ ନ ଥିବାବେଳେ ଅନ୍ୟ କେହି କର୍ମଚାରୀ ଫୋନ୍‌କୁ ସୁଇଚ୍‌ ଅପ୍‌ ମୋଡ଼୍‌ରେ ରଖି ଦେଉଥିବା ସ୍ଥାନୀୟ ଲୋକେ କହୁଛନ୍ତି। ଉଲ୍ଲେଖଯୋଗ୍ୟ, ଗ୍ରାହକ ସେବା ନିମନ୍ତେ ଫୋନ୍‌ ୨୪ ଘଣ୍ଟା ବିଦ୍ୟୁତ୍‌ ସମସ୍ୟାଜନିତ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଉତ୍ତର ଦେବା ଆବଶ୍ୟକ ସ୍ଥଳେ ଅଧିକାଂଶ ସମୟ ବ୍ୟସ୍ତ ରହୁଥିବା ଓ ଉତ୍ତର ଦେଉ ନ ଥିବାରୁ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ଏ ସମସ୍ୟା ନେଇ ନିରାକାରପୁର ସେକ୍‌ଶନ କନିଷ୍ଠ ଯନ୍ତ୍ରୀ ଗୌରାଙ୍ଗ ମଣ୍ଡଳଙ୍କୁ ପଚାରିବାରୁ ସେ କହିଛନ୍ତି, ଗତ ରାତିରେ କୁରାଢ଼ମଲଠାରେ ଲାଇନ୍‌ ଖରାପ ହୋଇଥିଲା। ରାମେଶ୍ୱର ପଞ୍ଚାୟତ ଖଜୁରିପଡ଼ାଠାରେ ଦୁଇଟି ଶଙ୍ଖ ଖସିଯାଇଥିଲା। ମରାମତି ପରେ ଲାଇନ୍‌ ସ୍ବାଭାବିକ ରହିଛି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri