ଅଙ୍ଗଦାନ ପାଇଁ ସଚେତନ କରୁଛନ୍ତି ପ୍ରମୋଦ

ଛତ୍ରପୁର,୨୯ା୨(ଡି.ଏନ.ଏ) – ଅଙ୍ଗଦାନ ପାଇଁ ଲୋକଙ୍କୁ ସଚେତନ କରିବାକୁ ମହରାଷ୍ଟ୍ରରୁ ୬୮ ବର୍ଷୀୟ ପ୍ରମୋଦ ମହାଜନ ବାଇକ୍‌ରେ ଭାରତ ଅର୍ଗାନ ଯାତ୍ରାରେ ବାହାରିଛନ୍ତି। ବୟସ ପାଖରେ ହାର ନମାନି ସେ ଏହି ମହତ୍‌ କାମ ପାଇଁ ପୂରା ଭାରତ ଯାତ୍ରା କରିବାକୁ ଲକ୍ଷ ରଖିଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଛତ୍ରପୁରଠାରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ଏ ସମ୍ପର୍କରେ ଆଲୋଚନା କରିଥିଲେ। ଜିଲାପାଳ ମଧ୍ୟ ତାଙ୍କ ମହତ୍‌ କାମକୁ ପ୍ରଂଶସା କରିବା ସହ ପରିଣତ ବୟସରେ ଏପରି ଭାରତ ସାରା ବୁଲିବା ସହଜ ନୁହେଁ ବୋଲି କହିଥିଲେ। ଏନେଇ ତାଙ୍କୁ ଜିଲାପାଳ ଧନ୍ୟବାଦ ଜଣାଇଥିଲେ। ଗଞ୍ଜାମ ଜିଲାରେ ମଧ୍ୟ ଭଞ୍ଜନଗର ଓ ଦିଗପହଣ୍ଡି ଅଞ୍ଚଳର ୨ ଜଣ ଏପରି ଅଙ୍ଗଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମଧ୍ୟ ଏଥିପାଇଁ ସୁରଜ୍‌ ଆୱାର୍ଡ ଆରମ୍ଭ କରିଛନ୍ତି। ଯିଏ ଅଙ୍ଗଦାନ କରିବ ତାଙ୍କୁ ଏହି ଆୱାର୍ଡ ଦିଆଯିବ ବୋଲି ଜିଲାପାଳ ସୂଚନା ଦେଇଥିଲେ। ଶୁକ୍ରବାର ସକାଳେ ପ୍ରମୋଦ ବ୍ରହ୍ମପୁର ସହରରେ ପହଞ୍ଚତ୍ ବୁଲି ବୁଲି ଅଙ୍ଗଦାନ ପାଇଁ ଲୋକଙ୍କୁ ସଚେତନ ସହ ଅନୁରୋଧ କରିଥିଲେ। ଜଣେ ଜୀବିତ ଅବସ୍ଥାରେ ନିଜର କିଡ୍‌ନୀ, ଲିଭର୍‌ ଆଦି ବିଭିନ୍ନ ଅଙ୍ଗ ଦାନ କରି ୮ ଜଣଙ୍କ ଜୀବନ ବଞ୍ଚାଇପାରିବେ। ଯାହାର ବ୍ରେନ୍‌ ଡେଡ୍‌ ହୋଇଯାଏ ସେ ମଧ୍ୟ ଆଖି, ହାର୍ଟ ଦାନ କରି ଲୋକଙ୍କୁ ବଞ୍ଚାଇପାରିବେ ବୋଲି ମହାଜନ କହିଛନ୍ତି। ଏପରିକି ଜଣଙ୍କ ମୃତ୍ୟୁର ୬ ଘଣ୍ଟା ମଧ୍ୟରେ ଆଖି ଓ ମୃତଦେହ ଦାନ କରିପାରିବେ। ଏ ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଭାରତ ସାରା ବୁଲୁଛି ବୋଲି ପ୍ରମୋଦ କହିଛନ୍ତି।
ଗାଁର ଜଣେ ସାମରିକ କର୍ମଚାରୀଙ୍କ ୨ଟି କିଡ୍‌ନୀ ଖରାପ ହୋଇଯାଇଥିବାରୁ ପ୍ରମୋଦ ଗୋଟିଏ କିଡ୍‌ନୀ ୨୮ ଅକ୍ଟୋବର ୨୦୦୦ରେ ତାଙ୍କୁ ଦାନ ମଧ୍ୟ କରିସାରିଛନ୍ତି। ଏବେ ତାଙ୍କର ଗୋଟିଏ କିଡ୍‌ନୀ ଅଛି। ଏଥିସହ ଗତ ୨୦୧୮-୧୯ରେ ମଧ୍ୟ ୧୯ ରାଜ୍ୟ ବୁଲି ୧୦୦ ଦିନରେ ୧୨ ହଜାର ୫ଶହ କିମି ଅତିକ୍ରମ କରି ଏପରି ସେ ସଚେତନ କରିଛନ୍ତି। ଏଥିପାଇଁ ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡରେ ତାଙ୍କର ନଁା ରହିଛି। ତାଙ୍କ ଘର ମହାରାଷ୍ଟ୍ର ରାଜ୍ୟ ସାଙ୍ଗଲି ଜିଲା ଧବାଲି ଗାଁରେ। ବୃତ୍ତିରେ ସେ ଜଣେ ଚାଷୀ। ତାଙ୍କର ୨ ପୁଅ ଓ ୨ ଝିଅ ଅଛନ୍ତି। ଜାନୁୟାରୀ ୧୮ରେ ସେ ବାଇକ୍‌ରେ ଏହି ଯାତ୍ରା ଆରମ୍ଭ କରି ବର୍ତ୍ତମାନ ସୁଦ୍ଧା ମହାରାଷ୍ଟ୍ର, ଗୋଆ, କର୍ନାଟକ, କେରଳ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ ପରିକ୍ରମା ପରେ ଓଡିଶାର ଗଞ୍ଜାମ ଜିଲାରେ ପହଞ୍ଚତ୍ଛନ୍ତି। ଓଡ଼ିଶାର ବିଭିନ୍ନ ସ୍ଥାନ ବୁଲିବାପରେ ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆସାମ, ବିହାର, ଉତ୍ତରପ୍ରଦେଶ ଆଦି ରାଜ୍ୟ ବୁଲି ଘରକୁ ଫେରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri