ଅଙ୍ଗନଓ୍ବାଡି କର୍ମୀଙ୍କ ଆତ୍ମହତ୍ୟା ଘଟଣା: ସ୍ବାମୀ, ଶାଶୁ, ଶ୍ୱଶୁର ଗିରଫ

ରତ୍ନଗିରି, ୩୧। ୫ (ଡି.ଏନ.ଏ)-ବରୀ ବ୍ଲକ ଅଧୀନ ମହାକାଳପଡ଼ା ପଞ୍ଚାୟତ ନିଳାପଦା ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ପ୍ରିୟଦର୍ଶିନୀ ସିଂହ (୩୦)ଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ତାଙ୍କ ସ୍ବାମୀଙ୍କ ସମେତ ଶାଶୁ ଓ ଶ୍ୱଶୁରୁଙ୍କୁ ଗିରଫ କରିଛି। ପ୍ରିୟଦର୍ଶିନୀଙ୍କୁ ଶାଶୁଘର ଲୋକେ ଯୌତୁକ ନିର୍ଯାତନା ଦେଇଆସୁଥିଲେ। ଏ ନେଇ ସେ ଅଧିକାଂଶ ସମୟରେ ମାନସିକ ଚାପରେ ରହୁଥିବାରୁ ଆତ୍ମହତ୍ୟା କରିଛନ୍ତି ବୋଲି ପ୍ରିୟଦର୍ଶିନୀଙ୍କ ବାପା ଶରତଚନ୍ଦ୍ର ସିଂହ ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ୧୧୬/୨୦ ନଂ.ରେ ମାମଲା ରୁଜୁ କରିବା ସହ ପ୍ରିୟଦର୍ଶିନୀଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁରୁଙ୍କୁ ଗିରଫ କରିଥିବା ପୋଲିସ କହିଛି। ସୂଚନାଥାଉ କି, ଗତ ୨୮ ତାରିଖରେ ପ୍ରିୟଦର୍ର୍ଶିନୀ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ଖବରପାଇ ବରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ସହ ୧୩/୨୦ ନଂ. ରେ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri